ପ୍ରଧାନମନ୍ତ୍ରୀ ଦୌଡ଼ରେ ବୋରିସ ଜନସନ, ଫେରିଲେ ଲଣ୍ଡନ…

ଲଣ୍ଡନ,୨୨।୧୦ : ବ୍ରିଟେନରେ ନୂତନ ପ୍ରଧାନମନ୍ତ୍ରୀ ପଦ ପାଇଁ ନିର୍ବାଚନ ଆସନ୍ତା ଶୁକ୍ରବାର ଅନୁଷ୍ଠିତ ହୋଇପାରେ। ମୂଳ ଭାରତୀୟ ଋଷି ସୁନାକ ନୂତନ ପ୍ରଧାନମନ୍ତ୍ରୀ ପଦ ପାଇଁ ଟୋରୀ ସାଂସଦଙ୍କ ପ୍ରଥମ ପସନ୍ଦ ବୋଲି କୁହାଯାଉଛି। ତେବେ ଏହି ସମୟ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ହଠାତ ଦୌଡ଼ରେ ସାମିଲ ହୋଇଛନ୍ତି। ଖବର ଅନୁଯାୟୀ, ଛୁଟି କାଟିବା ପରେ ଜନସନ ଶନିବାର ଲଣ୍ଡନ ଫେରିଛନ୍ତି। ସେ ପ୍ରଧାନମନ୍ତ୍ରୀ ପାଇଁ ଦାବି ଉପସ୍ଥାପନ କରିବେ ବୋଲି ଚର୍ଚ୍ଚା ହେଉଛି।

ଜନସନ ଦାବି କରିଛନ୍ତି, କେବଳ ମୁଁ ହିଁ ପରାଜୟରୁ ରକ୍ଷା କରିପାରିବି। ରାଜନୈତିକ ଅସ୍ଥିରତା ମଧ୍ୟରେ ବୋରିସ ଜନସନ କହିଛନ୍ତି ଯେ ଡିସେମ୍ବର ୨୦୨୪ ନିର୍ବାଚନରେ ସେ କେବଳ ଦଳକୁ ପରାଜୟରୁ ବଞ୍ଚାଇ ପାରିବେ। ସଂସଦରେ ବହୁମତ ହାସଲ କରିଥିବା ଶାସକ ଦଳର ଲୋକପ୍ରିୟତା ହ୍ରାସ ପାଉଥିବାରୁ ବିରୋଧୀ ଦଳ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଦାବି କରିଆସୁଛନ୍ତି। କୁହାଯାଇଛି ଯେ ବୋରିସ ଜନସନ ବର୍ତ୍ତମାନ ଋଷି ସୁନାକଙ୍କୁ ତାଙ୍କୁ ସମର୍ଥନ କରିବା ଏବଂ  କ୍ଷମତାକୁ ଫେରିବା ପାଇଁ ଚାପ ପକାଉଛନ୍ତି। ଆସନ୍ତା ସପ୍ତାହରେ ଦଳର ନେତୃତ୍ୱର ନିର୍ବାଚନ ହେବ। ଯାହା ଉପରେ ଶୁକ୍ରବାର ସୁଦ୍ଧା ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?