ନକଲି ସୁନାଗହଣାଦେଇ ନେଇଗଲେ ୮୩ ଲକ୍ଷରୁ ଊର୍ଦ୍ଧ୍ୱ ଋଣ : ବ୍ୟାଙ୍କ ପକ୍ଷରୁ ମାମଲା

ବୈଶିଙ୍ଗା,୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ନକଲି ସୁନା ଗହଣା ଦେଇ ୮୩ଲକ୍ଷ ଟଙ୍କା ଋଣ ନେଇଥିବା ଅଭିଯୋଗ ହୋଇଛି। ଘଟଣା ଜଣାପଡ଼ିବା ପରେ ବ୍ୟାଙ୍କ ପକ୍ଷରୁ ବୈଶିଙ୍ଗା ଥାନାରେ ଅଭିଯୋଗ କରାଯାଇଛି। ଏଥିରେ ପୂର୍ବତନ ବ୍ୟାଙ୍କ ପରିଚାଳକଙ୍କ ସମ୍ପୃକ୍ତି ଥିବା କୁହାଯାଉଛି। ସୂଚନା ମୁତାବକ, ବାଲେଶ୍ୱର ଜିଲା ରସାଳପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ଘଡ଼େଇ (୪୯) ଉକ୍ତ ବ୍ୟାଙ୍କରୁ ୩ ମାର୍ଚ୍ଚ ୨୦୨୨ରେ ୬୧୫ ଗ୍ରାମ ସୁନା ବଦଳରେ ୨୧ ଲକ୍ଷ ୪୯ହଜାର, ତାଙ୍କ ସ୍ତ୍ରୀ ରେଣୁବାଳା ଘଡେଇଙ୍କ ନାମରେ ୨୫୫ ଗ୍ରାମ ସୁନା ବଦଳରେ ୯ ଲକ୍ଷ ୨୮ ହଜାର ଏବଂ ସମାନ ଦିନ ସହଦେବଖୁଣ୍ଟା ହରିଶ ଚନ୍ଦ୍ର ବେହେରାଙ୍କ ସ୍ତ୍ରୀ ମନୋରମା ବେହେରା(୪୮) ୫୦୦ ଗ୍ରାମ ସୁନା ବଦଳରେ ୧୭ ଲକ୍ଷ ୫୨ ହଜାର, ଜଳଖଟୁଆ ଗ୍ରାମର ବିପିନ ଚନ୍ଦ୍ର ବାରିକଙ୍କ ପତ୍ନୀ ଅଭିଲିପ୍ସା ବାରିକ (୨୭) ୧ କିଲୋ ୩୬ଗ୍ରାମ ସୁନା ବଦଳରେ ୩୩ ଲକ୍ଷ ୭୯ ହଜାର ଟଙ୍କା ଋଣ ଆକାରରେ ନେଇଥିଲେ। ଧାର୍ଯ୍ୟ ତାରିଖ ମଧ୍ୟରେ ଋଣକର୍ତ୍ତାମାନେ ଟଙ୍କା ପରିଶୋଧ ନ କରିବାରୁ ବ୍ୟାଙ୍କ ନୋଟିସ୍‌ ପରେ ମଧ୍ୟ କେହି ସହଯୋଗ କରି ନ ଥିଲେ। ଋଣ କାରବାର ପୂର୍ବତନ ଶାଖା ପରିଚାଳିକାଙ୍କ ସମୟରେ ହୋଇଥିବା ବେଳେ ବର୍ତ୍ତମାନର ଶାଖା ପରିଚାଳକ ଏହାର ତନାଘନ କରିଥିଲେ। ବ୍ୟାଙ୍କ ତରଫରୁ ବନ୍ଧକ ଗହଣାର ପୁନଃ ପରୀକ୍ଷଣ ପରେ ତାହା ନକଲି ବୋଲି ଜଣାପଡ଼ିଥିଲା। ବାରିପଦାସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆର ଜୋନାଲ ମ୍ୟାନେଜର ରମେଶ ଚନ୍ଦ୍ର ଦାସଙ୍କ ଅଭିଯୋଗକୁ ଆଧାର ପୋଲିସ ନଂ. ୩୨୬/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri