Posted inଖେଳ

ବୋସଫୋରସ୍‌ ବକ୍ସିଂ ଟୁର୍ନାମେଣ୍ଟ: କ୍ୱାର୍ଟର ଫାଇନାଲରେ ସୋଲାଙ୍କି

ନୂଆଦିଲ୍ଲୀ,୧୮।୩(ପି.ଟି.): ତୁର୍କୀର ଇସ୍ତାନବୁଲଠାରେ ଚାଲିଥିବା ବୋସଫୋରସ୍‌ ବକ୍ସିଂ ଟୁର୍ନାମେଣ୍ଟରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣପଦକ ବିଜେତା ଗୌରବ ସୋଲାଙ୍କି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସୋଲାଙ୍କି ୫-୦ରେ କାଜାଖସ୍ତାନର ଆରାପୋଭ ଏଇଡୋସଙ୍କୁ ପରାସ୍ତ କରି ଅଗ୍ରଗତି କରିଛନ୍ତି। ସେହିପରି ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ହାସଲ କରିଥିବା ସୋନିଆ ଲାଥର ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ସେ ମହିଳା ୫୭ କେ.ଜି. ବର୍ଗରେ ଆର୍ଜେଣ୍ଟିନାର ରୋସୋରିଓ ମିଲୋଗ୍ରୋସ୍‌ଙ୍କୁ ୫-୦ରେ ପରାସ୍ତ କରିଛନ୍ତି। ଲାଥର ଏବେ ସ୍ଥାନୀୟ ଫେଭରାଇଟ୍‌ ସୁର୍ମେନେଲି ସୁଗସେନାଜଙ୍କୁ ଦ୍ୱିତୀୟ ରାଉଣ୍ଡରେ ଭେଟିବେ।
ତେବେ ଅନ୍ୟ ୩ ଭାରତୀୟ ବକ୍ସର ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକ ବିଜେତା ନମନ ତନଓ୍ବାର ୪-୧ରେ ତୁର୍କୀର ବାକି ୟାଲସିନ ମହମ୍ମଦଙ୍କଠାରୁ ୯୧ କେ.ଜି. ପୁରୁଷ ବର୍ଗରେ, ପି.ଏଲ. ପ୍ରସାଦ ୫୨ କେ.ଜି. ବର୍ଗରେ ୫-୦ରେ କାଜାଖସ୍ତାନର ଡାମିରଙ୍କଠାରୁ ପରାସ୍ତ ହୋଇଛନ୍ତି। ସେହିପରି ପୁରୁଷ ୭୫ କେ.ଜି.ରେ ପ୍ରୟାଗ ଚାଭନ ଓ ମହିଳା ୭୫ କେ.ଜି.ରେ ପୂଜା ଯଥାକ୍ରମେ ଆଜରବୈଜାନର ସାହସୁଭାର୍ଲି କର୍ମାନ ଓ ରୁଷିଆର ଶାମୋନୋଭା ଅନାଷ୍ଟାସିଆଙ୍କଠାରୁ ପରାସ୍ତ ହୋଇଛନ୍ତି। ଏହି ବକ୍ସିଂ ଟୁର୍ନାମେଣ୍ଟରେ ୮ ପୁରୁଷ ଓ ୫ ମହିଳା ପ୍ରତିଯୋଗୀଙ୍କୁ ନେଇ ଏକ ୧୩ ଜଣିଆ ଭାରତୀୟ ଦଳ ଅଂଶଗ୍ରହଣ କରିଛନ୍ତି। ମାର୍ଚ୍ଚ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟ ୨୧ ତାରିଖରେ ଶେଷ ହେବ। ଏଥିରେ ବକ୍ସିଂ ଖେଳୁଥିବା ଶ୍ରେଷ୍ଠ ଦେଶ ଯଥା ରୁଷିଆ, ଆର୍ଜେଣ୍ଟିନା ଓ କାଜାଖସ୍ଥାନର ବକ୍ସରମାନେ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?