Posted inଖେଳ

ବୋସ୍‌ଫୋରସ ବକ୍ସିଂ ଟୁର୍ନାମେଣ୍ଟ: ସେମିରେ ଜରିନ, ସୋଲାଙ୍କି

ନୂଆଦିଲ୍ଲ,୨୦।୩(ପି.ଟି.): ଭାରତୀୟ ମହିଳା ବକ୍ସର ନିଖାତ ଜରିନ ଆଉ ଏକ ବିପର୍ଯ୍ୟୟ ଘଟାଇ ତୁର୍କୀର ଇସ୍ତାନବୁଲ୍‌ରେ ଚାଲିଥିବା ବୋସଫୋରସ ବକ୍ସିଂ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ୫୧ କେ.ଜି. ବର୍ଗରେ ଜରିନ ଶୁକ୍ରବାର ଦୁଇଥର ବିଶ୍ୱ ଚାମ୍ପିୟନଶିପ୍‌ ହାସଲ କରିଥିବା କାଜାଖସ୍ତାନର ନାଜିମ କିଜାଇବେଙ୍କୁ କ୍ୱାର୍ଟର ଫାଇନାଲରେ ହରାଇ ସେମିରେ ପ୍ରବେଶ କରିଛନ୍ତି। ଏହାପୂର୍ବରୁ ଜରିନ ପ୍ରି-କ୍ୱାର୍ଟରରେ ୨୦୧୯ ବିଶ୍ୱ ଚାମ୍ପିୟନ ରୁଷିଆର ପାଲ୍ଟସେଭା ଏକାଟେରିନାଙ୍କୁ ହରାଇଥିଲେ। ସେ ୪-୧ରେ କିଜାଇବେଙ୍କୁ ହରାଇଛନ୍ତି। କିଜାଇବେ ପୂର୍ବରୁ ୨୦୧୪ ଓ ୨୦୧୬ ବିଶ୍ୱ ଚାମ୍ପିୟନଶିପ୍‌ ହାସଲ କରିଥିଲେ। ସେମିକୁ ଉଠିଥିବାରୁ ଜରିନ ଅତିକମ୍‌ରେ ବ୍ରୋଞ୍ଜ୍‌ ପଦକ ହାସଲ କରିବା ନିଶ୍ଚିତ ହୋଇଛି।
ସେହିପରି ପୁରୁଷ ୫୭ କେ.ଜି. ବର୍ଗରେ ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ଗୌରବ ସୋଲାଙ୍କି ମଧ୍ୟ ସେମିରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି। ସେ ୪-୧ରେ ସ୍ଥାନୀୟ ଖେଳାଳି ଅଇକୋଲ ମିଜାନଙ୍କୁ ହରାଇ ସେମିକୁ ଉଠିଛନ୍ତି। ଅନ୍ୟପଟେ ମହିଳା ବର୍ଗରେ ସୋନିଆ ଲାଥର (୫୭ କେ.ଜି.), ପରବୀନ (୬୦ କେ.ଜି.) ଓ ଜ୍ୟୋତି (୬୯ କେ.ଜି.) କ୍ୱାର୍ଟର ଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ସେହିପରି ପୁରୁଷ ୬୩ କେ.ଜି. ବର୍ଗରେ ଶିବ ଥାପା ୧-୪ରେ ତୁର୍କୀର ହକନ ଡୋଗାନଙ୍କଠାରୁ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଟୁର୍ନାମେଣ୍ଟର ଚତୁର୍ଥ ଦିବସରେ ମହିଳା ଓ ପୁରୁଷ ବର୍ଗରେ ଦୁଇ ଭାରତୀୟ ଖେଳାଳି ସେମିରେ ଅବତୀର୍ଣ୍ଣ ହେବେ। ଜରିନ ସେମିରେ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜୟିନୀ ତୁର୍କୀର ବୁସେନାଜ କାକିରୋଗ୍ଲୁଙ୍କୁ ଓ ସୋଲାଙ୍କି ସେମିରେ ଆର୍ଜେଣ୍ଟିନାର ନିର୍କୋ କୁଏଲୋଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri