Posted inଖେଳ

ବୋସ୍‌ଫୋରସ ବକ୍ସିଂ ଟୁର୍ନାମେଣ୍ଟ: ସେମିରେ ଜରିନ, ସୋଲାଙ୍କି

ନୂଆଦିଲ୍ଲ,୨୦।୩(ପି.ଟି.): ଭାରତୀୟ ମହିଳା ବକ୍ସର ନିଖାତ ଜରିନ ଆଉ ଏକ ବିପର୍ଯ୍ୟୟ ଘଟାଇ ତୁର୍କୀର ଇସ୍ତାନବୁଲ୍‌ରେ ଚାଲିଥିବା ବୋସଫୋରସ ବକ୍ସିଂ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ୫୧ କେ.ଜି. ବର୍ଗରେ ଜରିନ ଶୁକ୍ରବାର ଦୁଇଥର ବିଶ୍ୱ ଚାମ୍ପିୟନଶିପ୍‌ ହାସଲ କରିଥିବା କାଜାଖସ୍ତାନର ନାଜିମ କିଜାଇବେଙ୍କୁ କ୍ୱାର୍ଟର ଫାଇନାଲରେ ହରାଇ ସେମିରେ ପ୍ରବେଶ କରିଛନ୍ତି। ଏହାପୂର୍ବରୁ ଜରିନ ପ୍ରି-କ୍ୱାର୍ଟରରେ ୨୦୧୯ ବିଶ୍ୱ ଚାମ୍ପିୟନ ରୁଷିଆର ପାଲ୍ଟସେଭା ଏକାଟେରିନାଙ୍କୁ ହରାଇଥିଲେ। ସେ ୪-୧ରେ କିଜାଇବେଙ୍କୁ ହରାଇଛନ୍ତି। କିଜାଇବେ ପୂର୍ବରୁ ୨୦୧୪ ଓ ୨୦୧୬ ବିଶ୍ୱ ଚାମ୍ପିୟନଶିପ୍‌ ହାସଲ କରିଥିଲେ। ସେମିକୁ ଉଠିଥିବାରୁ ଜରିନ ଅତିକମ୍‌ରେ ବ୍ରୋଞ୍ଜ୍‌ ପଦକ ହାସଲ କରିବା ନିଶ୍ଚିତ ହୋଇଛି।
ସେହିପରି ପୁରୁଷ ୫୭ କେ.ଜି. ବର୍ଗରେ ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ଗୌରବ ସୋଲାଙ୍କି ମଧ୍ୟ ସେମିରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି। ସେ ୪-୧ରେ ସ୍ଥାନୀୟ ଖେଳାଳି ଅଇକୋଲ ମିଜାନଙ୍କୁ ହରାଇ ସେମିକୁ ଉଠିଛନ୍ତି। ଅନ୍ୟପଟେ ମହିଳା ବର୍ଗରେ ସୋନିଆ ଲାଥର (୫୭ କେ.ଜି.), ପରବୀନ (୬୦ କେ.ଜି.) ଓ ଜ୍ୟୋତି (୬୯ କେ.ଜି.) କ୍ୱାର୍ଟର ଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ସେହିପରି ପୁରୁଷ ୬୩ କେ.ଜି. ବର୍ଗରେ ଶିବ ଥାପା ୧-୪ରେ ତୁର୍କୀର ହକନ ଡୋଗାନଙ୍କଠାରୁ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଟୁର୍ନାମେଣ୍ଟର ଚତୁର୍ଥ ଦିବସରେ ମହିଳା ଓ ପୁରୁଷ ବର୍ଗରେ ଦୁଇ ଭାରତୀୟ ଖେଳାଳି ସେମିରେ ଅବତୀର୍ଣ୍ଣ ହେବେ। ଜରିନ ସେମିରେ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜୟିନୀ ତୁର୍କୀର ବୁସେନାଜ କାକିରୋଗ୍ଲୁଙ୍କୁ ଓ ସୋଲାଙ୍କି ସେମିରେ ଆର୍ଜେଣ୍ଟିନାର ନିର୍କୋ କୁଏଲୋଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?