Posted inଖେଳ

ବୋସଫୋରସ୍‌ ବକ୍ସିଂ: ବିପର୍ଯ୍ୟୟ ଘଟାଇଲେ ଜରିନ୍‌

ନୂଆଦିଲ୍ଳୀ,୧୯।୩(ପି.ଟି.): ତୁର୍କୀର ଇସ୍ତାନବୁଲ୍‌ଠାରେ ଚାଲିଥିବା ବୋସଫୋରସ୍‌ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ମହିଳା ବକ୍ସର ନିଖାତ ଜରିନ୍‌ ଏକ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ମହିଳା ୫୧ କେ.ଜି. ବର୍ଗ ଇଭେଣ୍ଟରେ ସେ ବିଶ୍ୱ ଚାମ୍ପିୟନ ପଲ୍ଟସେଭା ଏକାଟରିନାଙ୍କୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ଏସିଆନ ଚାମ୍ପିୟନଶିପ୍‌ ବ୍ରୋଞ୍ଜ୍‌ ପଦକ ବିଜେତା ଜରିନ୍‌ ଟୁର୍ନାମେଣ୍ଟରେ ଦ୍ୱିତୀୟ ଦିନରେ ରୁଷିଆର ଏକାଟେରିନାଙ୍କୁ ୫-୦ରେ ପରାସ୍ତ କରି ଅଗ୍ରଗତି କରିଛନ୍ତି। ଏବେ କ୍ୱାର୍ଟରରେ ସେ ଦୁଇଥର ବିଶ୍ୱଚାମ୍ପିୟନଶିପ୍‌ ହାସଲ କରିଥିବା କାଜାଖସ୍ତାନର କିଜାଇବେ ନାଜିମଙ୍କୁ ଭେଟିବେ। ସେହିପରି ୨୦୧୩ ଏସିଆନ ଚାମ୍ପିୟନ ଶିବ ଥାପ୍ପା, ସୋନିଆ ଲାଥର ଓ ପରବିନ ସେମାନଙ୍କ ବର୍ଗରେ ବିଜୟ ହାସଲ କରି କ୍ୱାର୍ଟରକୁ ଉଠିଛନ୍ତି। ପୁରୁଷ ୬୩ କେ.ଜି. ବର୍ଗରେ ଶିବ ୩-୨ରେ କାଜାଖସ୍ତାନର ସ୍ମାଗୁଲୋଭ ବାଗଟିୟୋଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଲାଥର ୫୭ କେ.ଜି.ରେ ଲୋକାଲ ଫେଭରାଇଟ ସୁରମେନେଲି ତୁଗସେନାଜଙ୍କୁ ୫-୦ରେ ହରାଇଛନ୍ତି। ସେହିପରି ୬୦ କେ.ଜି.ରେ ପରବୀନ ସ୍ଥାନୀୟ ଖେଳାଳି ଓଜିଓଲ ଇସ୍‌ରାଙ୍କୁ ୫-୦ରେ ହରାଇ ଅଗ୍ରଗତି କରିଛନ୍ତି। ଅନ୍ୟ ଭାରତୀୟ ବକ୍ସର ଦୁର୍ଯ୍ୟୋଧନ ନେଗି (୬୯ କେ.ଜି.), ବ୍ରିଜେଶ ଯାଦବ (୮୧ କେ.ଜି.) ଓ କ୍ରିଷ୍ଣନ ଶର୍ମା (+ ୯୧ କେ.ଜି.) ସେମାନଙ୍କ ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ପରାସ୍ତ ହୋଇଛନ୍ତି। ଏବେ ମହିଳା ବର୍ଗରେ ଲାଥର, ଜରିନ୍‌, ପରବୀନ ଓ ଜ୍ୟୋତି (୬୯ କେ.ଜି.) ମୁକାବିଲା କରିବେ। ସେହିପରି ମହିଳା ବର୍ଗରେ ଥାପା ଓ ଗୌରବ ସୋଲାଙ୍କି ୫୭ କେ.ଜି. ବର୍ଗରେ କ୍ୱାର୍ଟର ଫାଇନାଲ ମୁକାବିଲାରେ ଅବତୀର୍ଣ୍ଣ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri