Posted inଖେଳ

ବୋଟାସ ଦ୍ରୁତତମ

ମୁଗେଲୋ (ଇଟାଲୀ), ୧୨ା୯ (ଏପି)-ଟସ୍କାନ ଫର୍ମୁଲା ଓ୍ବାନ ମୋଟର ରେସ୍‌ ଗ୍ରାଁ ପ୍ରି ପାଇଁ ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ପ୍ରାକ୍ଟିସ ସେସନରେ ମର୍ସିଡିଜ୍‌ ଟିମ୍‌ମେଟ ଲୁଇସ୍‌ ହାମିଲଟନଙ୍କୁ ପଛରେ ପକାଇ ଭାଲ୍‌ଟେରି ବୋଟାସ ଦ୍ରୁତତମ ବିବେଚିତ ହୋଇଛନ୍ତି। ମ୍ୟାକଲରେନ୍‌ର ଲାଣ୍ଡୋ ନୋରିସ୍‌ଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ରେସ୍‌ରୁ ବାହାରି ଯାଇଥିଲେ। ବୋଟାସ ହାମିଲଟନଙ୍କ ଠାରୁ ୦.୨୦୭ ସେକେଣ୍ଡ ଆଗୁଆ ରେସ୍‌ ଶେଷ କରିଥିଲେ। ରେଡ୍‌ ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ବୋଟାସଙ୍କଠାରୁ ୦.୦୩୯ ସେକେଣ୍ଡ ପଛରେ ତୃତୀୟ ହୋଇଥିଲେ। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ପ୍ରାକ୍ଟିସ ସେସନରେ ମଧ୍ୟ ବୋଟାସ ଦ୍ରୁତତମ ବିବେଚିତ ହୋଇଥିଲେ। ସେ ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ଙ୍କଠାରୁ .୦୪୮ ସେକେଣ୍ଡ ଆଗରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। କରୋନା ମହାମାରୀ ସମୟରେ ସିଜନର ୯ମ ଫର୍ମୁଲା ଓ୍ବାନ୍‌ ରେସ୍‌ରେ ପ୍ରାକ୍ଟିସ ସେସନରେ ପ୍ରଥମ ଥର ଦର୍ଶକଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା। ପ୍ରାୟ ୩,୦୦୦ ଦର୍ଶକ ତିନୋଟି ଷ୍ଟାଣ୍ଡ୍‌ରେ ଭାଗ ହୋଇ ରେସ୍‌କୁ ଉପଭୋଗ କରିଥିଲେ। ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ତୃତୀୟ ହୋଇଥିଲେ। ଫେରାରିର ଟିମ୍‌ର ଏହାଥିଲା ୧,୦୦୦ତମ ଫର୍ମୁଲା ଓ୍ବାନ ରେସ୍‌। ଚାମ୍ପିୟନଶିପ୍‌ ଲିଡର ଲୁଇସ୍‌ ହାମିଲଟନ ଟିମ୍‌ମେଟ୍‌ ବୋଟାସଙ୍କଠାରୁ .୫୩ ସେକେଣ୍ଡ ମନ୍ଥରରେ ଚତୁର୍ଥ ହୋଇଥିଲେ। ଗତ ରବିବାର ମୋଞ୍ଜାଠାରେ ଇଟାଲିଆନ ଗ୍ରାଁ ପ୍ରିରେ କ୍ୟାରିୟରର ପ୍ରଥମ ରେସ୍‌ ଜିତିଥିବା ପିଏରେ ଗ୍ୟାସ୍‌ଲି ୫ମ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri