Posted inଜାତୀୟ

ଆଦାନୀ ପ୍ରସଙ୍ଗରେ ପାର୍ଲାମେଣ୍ଟ ଅଚଳ

ନୂଆଦିଲ୍ଲୀ,୬।୨: ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତି ଅଭିଯୋଗ ଏବଂ ଏହାର ଜେପିସି ତଦନ୍ତ ଦାବିରେ ବିରୋଧୀ ଦଳଗୁଡ଼ିକ ଅଡ଼ି ବସିବାରୁ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ଅଚଳାବସ୍ଥା ଲାଗି ରହିଥିଲା। ଦ୍ୱିତୀୟ ସପ୍ତାହ ଆରମ୍ଭରେ ପାର୍ଲାମେଣ୍ଟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ବିତର୍କ ଆରମ୍ଭ କରିବାକୁ ସରକାର ଆଶାବାଦୀ ଥିବାବେଳେ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିବାରୁ ଗୃହକାର୍ଯ୍ୟ ଚାଲିପାରି ନ ଥିଲା। ଗତ ୧ ତାରିଖରେ ବଜେଟ ଉପସ୍ଥାପନ ପରେ ଆଦାନୀ ପ୍ରସଙ୍ଗରେ ବିରୋଧୀଙ୍କ ପ୍ରତିବାଦ ଯୋଗୁ ଲୋକ ସଭା ଓ ରାଜ୍ୟ ସଭାରେ କ୍ୱଚିତ୍‌ କାର୍ଯ୍ୟ ହୋଇଛି। ଘରୋଇ ସଂସ୍ଥା ବ୍ୟାପାର ଉପରେ ଗୃହରେ ଆଲୋଚନା ହୋଇପାରିବ ନାହିଁ ବୋଲି ଶାସକ ଭାଜପା ସଦସ୍ୟମାନେ କହିବା ସହ ବିରୋଧୀ ଦଳଗୁଡ଼ିକ ରାଷ୍ଟ୍ରପତିଙ୍କ ଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେବାକୁ କହିଥିଲେ। ସୋମବାର ପୂର୍ବାହ୍ନରେ ଲୋକ ସଭା ଆରମ୍ଭ ହେବା କ୍ଷଣି କଂଗ୍ରେସ ସମେତ ବିରୋଧୀ ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଯାଇ ହଟ୍ଟଗୋଳ କରିବା ସହ ‘ଆଦାନୀ ସରକାର ଲଜ୍ଜା, ଲଜ୍ଜା ସ୍ଲୋଗାନ ଦେଇଥିଲେ। ଆମେରିକାର ଶର୍ଟ-ସେଲିଂ କମ୍ପାନୀ ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତି ଏବଂ ଷ୍ଟକ୍‌ ହେରଫେର ଅଭିଯୋଗ ଆଣିଥିବାରୁ ଏହାର ତଦନ୍ତ ଯୁଗ୍ମ ସଂସଦୀୟ କମିଟି ଦ୍ୱାରା କରାଇବାକୁ ବିରୋଧୀ ଦାବି କରିଥିଲେ। ବାଚସ୍ପତି ଓମ୍‌ ବିର୍ଲା ସେମାନଙ୍କୁ ନିଜ ନିଜ ଆସନକୁ ଫେରିଯିବା ଲାଗି ଅନୁରୋଧ କରିବା ସହ ତାଙ୍କ ଚାମ୍ବରରେ ଏ ସମ୍ପର୍କରେ ଆଲୋଚନା କରିବାକୁ ଡାକିଥିଲେ। ତେବେ ବିରୋଧୀମାନେ ତାଙ୍କ ଅନୁରୋଧକୁ ଅଗ୍ରାହ୍ୟ କରି ହଟ୍ଟଗୋଳ ଜାରି ରଖିବାରୁ ବାଚସ୍ପତି ପ୍ରଥମେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏବଂ ପରେ ଦିନକ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ।
ରାଜ୍ୟ ସଭାରେ ମଧ୍ୟ ଆଦାନୀ ପ୍ରସଙ୍ଗକୁ ନେଇ ଅନୁରୂପ ସ୍ଥିତି ସୃଷ୍ଟି ହୋଇଥିଲା। ଏହି ପ୍ରସଙ୍ଗରେ ଆଲୋଚନା ପାଇଁ ଗୃହ ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କର ଅନୁମତି ନ ଦେବାରୁ ବିରୋଧୀମାନେ ହଟ୍ଟଗୋଳ କରିଥିଲେ। ଫଳରେ ଗୃହକୁ ଦିନକ ପାଇଁ ମୁଲତବୀ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri