ଅଙ୍ଗନଓ୍ବାଡ଼ିର ବିକାଶ ହେଲେ ଉଭୟ ମା’-ଶିଶୁଙ୍କର ହେବ ବିକାଶ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ଶିଶୁ ବିଭାଗର ପରିଦର୍ଶନ କରି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ବୁଧବାର ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ କାର୍ଯ୍ୟର ସଫଳତା, ଯୋଜନା ଓ ଆହ୍ବାନ ସମ୍ପର୍କରେ ଉପସ୍ଥାପନ କରିଥିଲେ। ଉପମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ତୃଣମୂଳ ସ୍ତରର ସମସ୍ୟାକୁ ପୁଙ୍ଖାନୁପୁଙ୍ଖ ଭାବେ ବୁଝିବା ସହିତ ବିଭିନ୍ନ ବିଭାଗର ସହଭାଗିତାରେ ସମସ୍ୟାର ସମାଧାନ କରି କିପରି କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇପାରିବ, ସେ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ। ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ ଦେଇ ଅଙ୍ଗନଓ୍ବାଡ଼ି ସଦସ୍ୟଙ୍କୁ ରେଗୁଲାର ତାଲିମ ଓ ବୀମା ସୁବିଧା ଯୋଗାଇ ଦେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଛତୁଆ ଓ ଅନ୍ୟାନ୍ୟ ଖାଦ୍ୟ ପ୍ରସ୍ତୁତିକୁ ନିୟମିତ ଯାଞ୍ଚ କରିବା ସହ ସ୍ବଚ୍ଛତାକୁ ଗୁରୁତ୍ୱ ଦେବା ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଏଥି ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଦ୍ୱାରା‘ଯୋଗ’କୁ ମା’ମାନଙ୍କ ପାଖରେ ପହଞ୍ଚାଇବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri