Posted inଖେଳ

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ହାର୍ଦ୍ଦିକ ପାଣ୍ଡ୍ୟା, ଯଶପ୍ରୀତ ବୁମରାଙ୍କ ଭଳି କିଛି ଭାରତୀୟ ଖେଳାଳି ପୂର୍ବରୁ ଆସିଥିବା ବେଳେ ରବିବାର ଦୁଇ ଦେଶର ପ୍ରାୟ ଖେଳାଳି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଖେଳିଥିବା ତିଲକ ବର୍ମା, ଅର୍ଶଦୀପ ସିଂ, କୁଲଦୀପ ଯାଦବ, ହର୍ଷିତ ରାଣା, ଓ୍ବାଶିଂଟନ ସୁନ୍ଦରଙ୍କ ଭଳି ଖେଳାଳି ଆସିଛନ୍ତି। ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସମେତ ଦଳର ସପୋର୍ଟ ଷ୍ଟାଫ ସଦସ୍ୟ ମଧ୍ୟ ପହଞ୍ଚିଛନ୍ତି। ସେହିଭଳି ଟେମ୍ବା ବଭୁମା, ଏଡେନ ମାରକ୍ରାମ, ଟ୍ରିଷ୍ଟାନ ଷ୍ଟବ୍ସ, ରିଜା ହେଣ୍ଡ୍ରିକ୍ସ, ମାର୍କୋ ଜାନସେନ, ମାଥ୍ୟୁ ବ୍ରିଜକେ, ଡଓ୍ବୋଲ୍ଡ ବ୍ରେଭିସ, କ୍ୱିଣ୍ଟନ ଡି କକ୍‌, କର୍ବିନ ବୋଶ୍ଚ, କେଶବ ମହାରାଜଙ୍କ ଭଳି ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳର ଖେଳାଳି ପହଞ୍ଚି ସାରିଛନ୍ତି।
ଦଳର ଖେଳାଳି ପ୍ରାୟ ଅପରାହ୍ନ ୨ଟା ୫୦ରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ବିମାନ ବନ୍ଦରରେ ପହଞ୍ଚିଲେ। ଏହାପରେ ସେମାନଙ୍କୁ ଦୁଇଟି ସ୍ବତନ୍ତ୍ର ବସ ମାଧ୍ୟମରେ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲ ମେଫେୟାରକୁ ନିଆଯାଇଥିଲା। ସେଠାରେ ମୟୂରଭଞ୍ଜର ପାରମ୍ପରିକ ସାନ୍ତାଳୀ ନୃତ୍ୟ, ବାଦ୍ୟ ଓ ଗୀତ ସହିତ ଫୁଲରେ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ପରିବେଶ ପ୍ରକମ୍ପିତ ହୋଇଉଠିଥିଲା। ଏପରି କି ଦକ୍ଷିଣ ଆଫ୍ରିକୀୟ ଦଳର ଜଣେ ସଦସ୍ୟ ବାଦ୍ୟର ତାଳେ ତାଳେ ନାଚି ପରିବେଶର ଆନନ୍ଦ ନେଇଥିଲେ। ଖେଳାଳିଙ୍କୁ ସ୍ବାଗତ କରିବା ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ସହ ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ। ଖେଳାଳିଙ୍କୁ ଦେଖିବା ପାଇଁ ଉଭୟ ହୋଟେଲ ଓ ବିମାନବନ୍ଦର ବାହାରେ କିଛି ପ୍ରଶଂସକ ଅପେକ୍ଷା କରି ରହିଥିଲେ। ଦୁଇ ଦଳର ଖେଳାଳିମାନେ ପହଞ୍ଚିବା ପରେ ସେମାନଙ୍କୁ ଓ୍ବେଲକମ୍‌ ଡ୍ରିଙ୍କ୍ସରେ ନଡ଼ିଆ ପାଣି ଦିଆଯାଇଥିଲା।

ପୂର୍ବାହ୍ନରେ ଟିମ୍‌ ଇଣ୍ଡିଆ ନେଟ୍‌ ପ୍ରାକ୍ଟିସ

ଦୁଇ ଦଳକୁ ଭିନ୍ନ ଭିନ୍ନ ସମୟରେ ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଷ୍ଟାଡିୟମ ନିଆଯିବ। ଏ ସମ୍ପର୍କରେ ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ସୂଚନା ଦେଇଛନ୍ତି ଯେ, ପୂର୍ବାହ୍ନ ୧୧ଟା ୩୦ରେ ଭାରତୀୟ ଦଳ ନେଟ୍‌ ପ୍ରାକ୍ଟିସ କରିବ। ଏହାକୁ ଦେଖିବା ପାଇଁ ପ୍ରଶଂସକଙ୍କ ଲାଗି ଦୁଇଟି ଗ୍ୟାଲେରି ଖୋଲା ରହିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?