Posted inଖେଳ

ହାଉସ୍‌ ଅଫ୍‌ ଲର୍ଡସ ସଦସ୍ୟ ହେଲେ ବୋଥାମ୍‌

ଲଣ୍ଡନ, ୨ା୮ (ପି.ଟି.)-କିମ୍ବଦନ୍ତୀ ଇଂଲଣ୍ଡ ଅଲରାଉଣ୍ଡର ଇଆନ ବୋଥାମ ବ୍ରିଟିଶ ପାର୍ଲାମେଣ୍ଟର ହାଉସ୍‌ ଅଫ୍‌ ଲଡର୍‌ସ ସଦସ୍ୟ ହୋଇଛନ୍ତି। ୬୪ ବର୍ଷୀୟ ପୂର୍ବତନ କ୍ରିକେଟ ଅଧିନାୟକଙ୍କ ସମେତ ୨୬ ଜଣ ଅଣନିର୍ବାଚିତ ସଦନର ସଦସ୍ୟ ଭାବେ ମନୋନୀତ ହୋଇଥିବା ସରକାରଙ୍କ ତରଫରୁ ଘୋଷଣା କରାଯାଇଛି। ବୋଥାମ ୧୯୭୭ରୁ ୧୯୯୨ ପର୍ଯ୍ୟନ୍ତ ଇଂଲଣ୍ଡ ତରଫରୁ ୧୦୨ ଟେଷ୍ଟ ମ୍ୟାଚ ଖେଳିଛନ୍ତି। ବ୍ରେକିଷ୍ଟର ସେ ଜଣେ ଦୃଢ ସମର୍ଥକ। କ୍ରିକେଟ ଓ ଚ୍ୟାରିଟି କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ୨୦୦୭ରେ ସେ ନାଇଟ୍‌ ଉପାଧିରେ ସମ୍ମାନିତ ହୋଇଥିଲେ। ୨୦୧୧ରେ ପୂର୍ବତନ ଇଂଲଣ୍ଡ ମହିଳା ଟିମ୍‌ ଅଧିନାୟିକା ରାଚେଲ୍‌ ହେହୋ-ଫ୍ଲିଣ୍ଟ୍‌ଙ୍କ ପରେ ପ୍ରଥମ କ୍ରିକେଟର ଭାବେ ବୋଥାମ ହାଉସ୍‌ ଅଫ୍‌ ଲଡର୍‌ସର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ପୂର୍ବରୁ ଅନ୍ୟମାନଙ୍କ ମଧ୍ୟରେ ଡେଭିଡ ଶେଫର୍ଡ, କଲିନ୍‌ କାଉଡ୍ରି ଓ ଲିଆରି କନଷ୍ଟାଣ୍ଟିନ୍‌ ହାଉସ୍‌ ଅଫ୍‌୍‌ ଲଡର୍‌ସ ଆସନ ଅଳଙ୍କୃତ କରିଛନ୍ତି। କ୍ରିକେଟ ପଡ଼ିଆରେ ବୋଥାମଙ୍କ ଶ୍ରେଷ୍ଠ ମୁହୂର୍ତ୍ତ ୧୯୮୧ରେ ଦେଖିବାକୁ ମିଳିଥିଲା। ସେତେବେଳେ ତାଙ୍କର ପ୍ରଭାବୀ ପ୍ରଦର୍ଶନ ବଳରେ ଅଷ୍ଟ୍ରେଲିଆ ବିପକ୍ଷ ଆଶେସ ସିରିଜରେ ଇଂଲଣ୍ଡ ରୋମାଞ୍ଚକ ବିଜୟ ହାସଲ କରିଥିଲା। ଅବସର ପରେ ସେ ଚ୍ୟାରିଟି କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ଲିଉକେମିଆ ଉପରେ ଗବେଷଣା ପାଇଁ ପାଣ୍ଠି ସଂଗ୍ରହ ବ୍ୟତୀତ କ୍ରିକେଟ ମ୍ୟାଚ୍‌ରେ କମେଣ୍ଟ୍ରି ମଧ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri