ଶ୍ରେଣୀଗୃହରେ ମଦ ବୋତଲ, ଗଛମୂଳେ ପଢ଼ିଲେ ପିଲା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସ୍କୁଲ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ। ଅସୁରକ୍ଷିତ ହୋଇପଡୁଛନ୍ତି ଛାତ୍ରୀଛାତ୍ର। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୫୨ ନମ୍ବର ୱାର୍ଡ ଅନ୍ତର୍ଗତ ବରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚିତ୍ର ଓ ସ୍ଥିତିକୁ ଦେଖିଲେ ଶିକ୍ଷାନଗରୀର ଶିକ୍ଷାନୁଷ୍ଠାନ କେତେ ସୁରକ୍ଷିତ ତାହା ବାରିହୋଇପଡୁଛି। ଅସାମାଜିକମାନେ ମଦ୍ୟପାନ କରିବା ସହ ଶ୍ରେଣୀଗୃହ ଓ ସ୍କୁଲ ପରିସରରେ ଚାରିଆଡେ ମଦ ବୋତଲ ଓ ଗ୍ଲାସ୍‌ ଭାଙ୍ଗି ପକାଇବାରୁ ସୋମବାର ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହେବା ସହ ଶିକ୍ଷୟିତ୍ରୀଶିକ୍ଷକମାନେ ନାନା ହଇରାଣ ହୋଇଥିଲେ। ସେମାନେ ବାଧ୍ୟହୋଇ ପିଲାମାନଙ୍କୁ ଶ୍ରେଣୀ ଗୃହରେ ବାହାରେ ଥିବା ଏକ ଗଛମୂଳେ ଜରି ପକାଇ ପାଠ ପଢାଇଥିଲେ। ଭଙ୍ଗା କାଚଖଣ୍ଡ ସଫା କରାଯିବା ପରେ ପିଲାଙ୍କୁ ଶ୍ରେଣୀ ଗୃହକୁ ନିଆଯାଇଥିଲା। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ସା ହେଲେ ଏହି ସ୍କୁଲ ପରିସରରେ ଅସାମାଜିକ ଯୁବକ ଆଡ୍ଡା ଜମାଇ ବିଭିନ୍ନ ନିଶାଦ୍ରବ୍ୟ ସେବନ କରିବା ସହ ବିଭିନ୍ନ ଅପରାଧ ଘଟାଇଥାନ୍ତି ବୋଲି ସେମାନେ ଅଭିଯୋଗ କରିଛନ୍ତି। ସେହିପରି ସ୍କୁଲ ଶିକ୍ଷକମାନେ ଏହାକୁ ନିନ୍ଦା କରିବା ସହ ଘଟଣା ବାବଦରେ ଉପରିସ୍ଥ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି କହିଛନ୍ତି। ଏପରିସ୍ଥିତିରେ ରବିବାର ସ୍କୁଲ ପରିସରରେ ୫୦ ନମ୍ବର ୱାର୍ଡ କର୍ପୋରେଟର ଏକବର୍ଷ ପୂର୍ତି ଉତ୍ସବର ଆୟୋଜନ କରିଥିଲେ। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଥିବାବେଳେ ଏହି ଉତ୍ସବ ସରିବା ପରେ ସ୍କୁଲ ପରିସରରେ ଏହି ଘଟଣା ଘଟିଥାଇପାରେ ବୋଲି ଅନୁମାନ କରାଯାଇଛି। ଏନେଇ ସମ୍ପୃକ୍ତ କର୍ପୋରେଟର କହିଛନ୍ତି, ମହିଳା ସମିତି ମିଟିଂ ଚାଲିଥିଲା। କାର୍ଯ୍ୟକ୍ରମ ପରେ ଆମେ ସମସ୍ତେ ଚାଲିଯାଇଥିଲୁ। ପରେ କେହି ଆସି ଏମିତି କରିଥାଇ ପାରନ୍ତି। ଏହାସହ ଅସାମାଜିକ ଯୁବକମାନେ ସା ହେଲେ ପାଚେରୀ ଡେଇଁ ସ୍କୁଲରେ ପ୍ରବେଶ କରିବା ସହ ଉତ୍ପାତ କରି ମଦ ବୋତଲ ଭାଙ୍ଗିଥାନ୍ତି। ଏସଂକ୍ରାନ୍ତରେ ବାରମ୍ବାର ପୋଲିସକୁ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ। ତେଣୁ ପୋଲିସ ପକ୍ଷରୁ କଡାକଡି ପେଟ୍ରୋଲିଂ କରାଯିବା ସହ ଅସାମାଜିକଙ୍କ ଆଡ୍ଡା ଉପରେ ଚଢାଉ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ସେହିପରି ପୋଲିସ ପକ୍ଷରୁ ବିଭିନ୍ନ ଖଟି ଜାଗାରେ ଚଢାଉ କରାଯାଉଥିବାରୁ ଧରା ନ ପଡିବା ଲାଗି ଅସାମାଜିକ ଯୁବକମାନେ ସ୍କୁଲ ପରିସରକୁ ଚାଲି ଯାଇ ଉତ୍ପାତ କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri