ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା ହୋଇଛି। ଦେଶର ସବୁଠାରୁ ନିମ୍ନ ସ୍ତରରେ ଥିବା ୫ ରୁ ୧୦ ପ୍ରତିଶତ ଜନସଂଖ୍ୟାଙ୍କ ମାସିକ ବ୍ୟବହାର କ୍ଷମତାରେ ସର୍ବାଧିକ ବୃଦ୍ଧି ଘଟିଛି। ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ଯୋଗୁଁ ଦାରିଦ୍ର୍ୟ ହ୍ରାସ ପାଇବା ସହ ଏହି ବର୍ଗର ଲୋକଙ୍କ ଆର୍ଥିକ ସ୍ଥିତିରେ ସୁଧାର ଆସିଥିବା ରିପୋର୍ଟରେ ଦର୍ଶାଯାଇଛି।

ସବ୍‌ସିଡି, ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (DBT), ପେନ୍‌ସନ୍ ଏବଂ ସ୍ୱାସ୍ଥ୍ୟ ବୀମା ଭଳି ପଦକ୍ଷେପ ଗରିବ ଲୋକଙ୍କ ଆୟ ବୃଦ୍ଧିରେ ସହାୟକ ହୋଇଛି। ଶିକ୍ଷା ଏବଂ ସ୍ୱାସ୍ଥ୍ୟ ସେବାକୁ ସହଜରେ ଉପଲବ୍ଧ କରାଇବା ପାଇଁ ସରକାରୀ ବ୍ୟୟ ବୃଦ୍ଧି ପାଇଛି। ଯାହା ଶୋଷିତ ବର୍ଗଙ୍କୁ ଦାରିଦ୍ର୍ୟରୁ ବାହାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଗ୍ରାମାଞ୍ଚଳରେ ଉପଭୋକ୍ତା ଖର୍ଚ୍ଚ ବୃଦ୍ଧି ପାଇଛି, ଯାହା ସ୍ଥାନୀୟ ଅର୍ଥନୀତିକୁ ଗତିଶୀଳ କରିଛି।

ଘରୋଇ ଉପଭୋକ୍ତା ବ୍ୟୟ ସର୍ଭେ (HCES) ୨୦୨୩-୨୪ ଅନୁଯାୟୀ, ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ରହୁଥିବା ସର୍ବନିମ୍ନ ୧୦% ଆୟକାରୀ ବର୍ଗଙ୍କ ମଧ୍ୟରେ ମାସିକ ମୁଣ୍ଡପିଛା ବ୍ୟୟ (MPCE) ସର୍ବାଧିକ ବଢ଼ିଛି। ଏହା ଦର୍ଶାଉଛି ଯେ ସରକାରଙ୍କ ‘ଅନ୍ତ୍ୟୋଦୟ’ ଲକ୍ଷ୍ୟ ସଫଳ ହେଉଛି।

ସର୍ଭେରେ କୁହାଯାଇଛି ଯେ ଗ୍ରାମାଞ୍ଚଳର ପାରମ୍ପରିକ ସଂସ୍କୃତି ଓ ପରିବେଶକୁ ବଜାୟ ରଖିବା ସହ ସେଠାରେ ନୂତନ ଜୀବିକା ଓ ଶିକ୍ଷାର ସୁଯୋଗ ସୃଷ୍ଟି କରିବାକୁ ହେବ। ଏଥିପାଇଁ ଗ୍ରାମୀଣ ଅର୍ଥନୀତିରେ ଆଧୁନିକ ଜ୍ଞାନକୌଶଳର ବ୍ୟବହାର ଏବଂ ସମୁଦାୟର ସକ୍ରିୟ ଅଂଶଗ୍ରହଣ ଉପରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?