ହକି ବିଶ୍ୱକପ୍‌ ଟ୍ରଫି ପରିକ୍ରମା, ପଲ୍ଲିଶ୍ରୀ ମେଳା ପାଇଁ ବୌଦ୍ଧ ଜିଲାପାଳ ସମ୍ବର୍ଦ୍ଧିତ

ବୌଦ୍ଧ,୨୫ା୨(ସ୍ବ.ପ୍ର.): ହକି ବିଶ୍ୱକପ୍‌ ଟ୍ରଫିର ଜିଲା ପରିକ୍ରମା ଏବଂ ବୌଦ୍ଧ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳାର ସଫଳ ଆୟୋଜନ ପାଇଁ ବୌଦ୍ଧ ଜିଲାପାଳ ସତ୍ୟ ରଞ୍ଜନ ସାହୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛନ୍ତି। ଜିଲାରେ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ଦିନ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା । ଏହି ଅବସରରେ ଜିଲାପାଳ ସାହୁ ସମ୍ପୂର୍ଣ୍ଣ ଜିଲା ପ୍ରଶାସନର ଟିମ୍‌କୁ ସଫଳତାର ଶ୍ରେୟ ଦେବା ସହିତ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।
ପ୍ରକାଶଥାଉ କି, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ଜିଲାରେ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱକପ ଟ୍ରଫିକୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲାପାଳ ସାହୁଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ପକ୍ଷରୁ ବୌଦ୍ଧ ଜିଲାରେ ହକି ବିଶ୍ୱକପ ଟ୍ରଫିକୁ ସ୍ବାଗତ କରାଯିବା ସହିତ ସମ୍ପୂର୍ଣ୍ଣ ଜିଲା ପରିକ୍ରମା କରାଯାଇଥିଲା। ବିଶ୍ୱକପ୍‌ ହକି ଅବସରରେ ବୌଦ୍ଧ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାକୁ ଆକର୍ଷଣୀୟ ଢଙ୍ଗରେ ପାଳନ କରାଯିବା ସହିତ ମହୋତ୍ସବ ମଞ୍ଚରେ ପ୍ରତିଦିନ ଏଲଇଡି ସ୍କିନରେ ହକି ବିଶ୍ୱକପର ସିଧା ପ୍ରସାରଣକୁ ହଜାର ହଜାର ସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ। ଜିଲାରେ ସଫଳତାର ସହିତ ଏହି କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୌଦ୍ଧ ଜିଲାପାଳ ସାହୁଙ୍କୁ ପୁରସ୍କୃତ କରାଯିବା ସହିତ ମାନପତ୍ର ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧନା ସଭାରେ ଅତିରକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଶ୍ୱିନୀ କୁମାର ମେହେର, ଉପଜିଲାପାଳ ରବିନ୍ଦ୍ର ନାଥ କହଁର,ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ତହସିଲଦାର ଦେବୀ ପ୍ରସାଦ ଦାଶ,ଡେପୁଟି କଲେକ୍ଟର ଝରଣା ପ୍ରଧାନ,ଏନଏସି ନିର୍ବାହୀ ଅଧିକାରୀ ଇଂ. ମନୋରଞ୍ଜନ ପଣ୍ଡା,ଅଧ୍ୟାପକ ପ୍ରବୀର କୁମାର ଦାସ ଏବଂ ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହଙ୍କ ସମେତ ଜିଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?