ବଦଳିବ ପାଗ, ୫ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଶନିବାରଠାରୁ ପାରଦ ସାମାନ୍ୟ ତଳମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୧ ଓ ୨ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଉପରେ ଟ୍ରପ୍‌ଲାଇନ ରହିଛି। ଏହାର ପ୍ରଭାବରେ ୧୭ ତାରିଖରୁ ଅଧିକାଂଶ ଜିଲାରେ ଝଡ଼ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ୧୭ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଆଦି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଭଳି ପାଗ ୨୦ ତାରିଖ ଯାଏ ରହିବା ନେଇ ଅନୁମାନ କରାଯାଇଛି।
ଅନ୍ୟପକ୍ଷରେ ୨୩ ସହରର ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ବୌଦ୍ଧ ୪୨.୫, ଝାରସୁଗୁଡ଼ାରେ ୪୨.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ତାଳଚେର ୪୨.୨, ଟିଟିଲାଗଡ଼ ୪୧, ସମ୍ବଲପୁର ୪୦.୯, ବଲାଙ୍ଗୀର ୪୧.୭, ଅନୁଗୋଳ ୪୧.୧, ସୋନପୁର ୪୦.୭, ସୁନ୍ଦରଗଡ଼ ୪୧, ରାଉରକେଲା ୪୧.୬, ଭବାନୀପାଟଣା ୪୧.୨, କଟକ ୪୧.୨, କେନ୍ଦୁଝର ୪୧, ହୀରାକୁଦ ୪୦, ଭୁବନେଶ୍ୱର ୪୧.୭, ଢେଙ୍କାନାଳ ୪୦.୮, ଚାନ୍ଦବାଲି ୪୦.୭, ପାରଳାଖେମୁଣ୍ଡି ୪୦.୪, ନୟାଗଡ଼ ୪୦, ଯାଜପୁର ୪୧, ଭଦ୍ରକ ୪୦, ଖୋର୍ଦ୍ଧା ୪୦ ଏବଂ ବରଗଡ଼ରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତେବେ ଶନିବାର ବିଶ୍ୱର ତୃତୀୟ ଉତ୍ତପ୍ତ ସହର ପାଲଟିଥିବା ବାରିପଦାର ତାପମାତ୍ରା ହଠାତ୍‌ ୭.୪ ଡିଗ୍ରୀ ତଳକୁ ଖସି ୩୬.୬ ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚିଛି। ଶୁକ୍ରବାର ଏଠାରେ ସର୍ବୋଚ୍ଚ ତାପମାତ୍ରା ଥିଲା ୪୪ ଡିଗ୍ରୀ। ସେଠାରେ ପାଗ ମେଘୁଆ ରହିବା ଯୋଗୁ ତାପମାତ୍ରା ତଳକୁ ଖସିଲା ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ବୈଜ୍ଞାନିକ ଉମା ଶଙ୍କର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri