ଝାରସୁଗୁଡ଼ା ଜିଲାରେ ୫ରୁ ଧାନ କିଣା

ଝାରସୁଗୁଡ଼ା ଅଫିସ,୧୧।୧୧: ଝାରସୁଗୁଡ଼ା ଜିଲାରେ ଧାନ କିଣା ସକାଶେ ଚଳିତ ଖରିଫ ଋତୁର ପ୍ରଥମ ଜିଲାସ୍ତରୀୟ ଧାନ କିଣା (ଡିଏଲ୍‌ପିସି) ବୈଠକ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଡିଏମ୍‌ଏଫ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ଉମେଶ ଚନ୍ଦ୍ର ସ୍ବାଇଁ ପରିଚାଳନା କରିଥିଲେ। ବୈଠକରେ ବିଭିନ୍ନ କୃଷକ ସଙ୍ଗଠନର କାର୍ଯ୍ୟକର୍ତ୍ତା ଯୋଗଦେଇ ଡିସେମ୍ବର ପ୍ରଥମ ସପ୍ତାହରୁ ଧାନ କିଣା ଆରମ୍ଭ ପାଇଁ ଦାବି କରିଥିଲେ। ଏହି କ୍ରମରେ ଆସନ୍ତା ଡିସେମ୍ବର ୫ରୁ ଜିଲାରେ ଧାନ କିଣା ଆରମ୍ଭ କରିବା ନେଇ ବୈଠକରେ ନିଷ୍ପତ୍ତି ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ଜିଲାର ଧାନ କିଣା ଲକ୍ଷ୍ୟ ୬ଲକ୍ଷ ୪୮ ହଜାର ୮୨୩.୨୩ କୁଇଣ୍ଟାଲ (୬,୪୮,୮୨୩) ଧାନ କ୍ରୟ ସକାଶେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଆବଶ୍ୟକତା ମତେ ଏହି ଲକ୍ଷ୍ୟ ବୃଦ୍ଧି ହୋଇପାରେ ବୋଲି କୁହାଯାଇଛି। ଗତ ଖରିଫ ଋତୁରେ ସମବାୟ କର୍ମଚାରୀ ଗଣ ଆନ୍ଦୋଳନରେ ଥିବା ହେତୁ ୮୨ଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଧାନ କିଣା ଦାୟିିତ୍ୱ ଦିଆଯାଇଥିଲା। ତେବେ ଚଳିତ ବର୍ଷ ସ୍ବାଭାବିକ ଭାବେ ସମସ୍ତ ୩୨ଟି ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ) ଧାନ କିଣା ପ୍ରକ୍ରିୟାରେ ସାମିଲ ହେବେ ବୋଲି ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ଜିଲାର ପ୍ରାୟ ୨୫ଟି ସକ୍ଷମ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ମଧ୍ୟ ଏଥିରେ ସାମିଲ କରାଯିବ ବୋଲି କୁହାଯାଇଛି। ବୈଠକରେ ଚାଷୀମାନେ ଧାନ କ୍ରୟ କେନ୍ଦ୍ରରେ ପାନୀୟ ଜଳ, ଛାୟା ଆଦି ଦାବି କରିଥିଲେ। ଚଳିତ ବର୍ଷ ଜିଲାର ୯ଜଣ ମିଲର୍ସଙ୍କୁ ଏହି ଧାନ କ୍ରୟ ପ୍ରକ୍ରିୟାରେ ଟେଗ କରାଯାଇଛି। ବୈଠକରେ ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତି, ଅତିରିକ୍ତ ଜିଲାପାଳ (ସାଧାରଣ) ପ୍ରବୀର ନାୟକ, ଉପଜିଲାପାଳ ଦୟାମୟ ପାଢ଼ୀ, ସାଂସଦ ପ୍ରତିନିଧି ରଘୁନନ୍ଦନ ପଣ୍ଡା, ଝାରସୁଗୁଡ଼ା ବିଧାୟକଙ୍କ ପ୍ରତିନିଧି ପ୍ରମୁଖ ମଞ୍ଚାସୀନ ଥିଲେ। ଏହାବ୍ୟତୀତ ସମବାୟ ବିଭାଗ, କୃଷି ବିଭାଗର ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri