ବାର୍‌ରେ ବାଉନ୍ସର ମନା

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଦ୍ୱୈତନଗରୀ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଅଞ୍ଚଳରେ ଥିବା ମଦ ବାର୍‌ଗୁଡ଼ିକ ସୁରକ୍ଷା କାର୍ଯ୍ୟ ପାଇଁ ଘରୋଇ ସୁରକ୍ଷା କର୍ମୀ/ବାଉନ୍ସରମାନଙ୍କୁ ନିୟୋଜିତ କରିପାରିବେ ନାହିଁ। ଗତ ନଭେମ୍ବର ୧ ତାରିଖରେ ଏ ସମ୍ପର୍କିତ ଏକ ନିର୍ଦ୍ଦେଶାବଳୀ କମିଶନରେଟ ପୋଲିସ ପକ୍ଷରୁ ଜାରି ହୋଇଥିବା ବେଳେ ସୋମବାର ଆଉ ଥରେ ସମାନ କଥା ଦୋହରାଯାଇଛି। ଗତଥର ଭଳି ଏଥର ମଧ୍ୟ ୨ ମାସ ଲାଗି ଏହି ନିର୍ଦ୍ଦେଶନାମା ବଳବତ୍ତର ରହିବ ବୋଲି କୁହାଯାଇଛି।
କମିଶନରେଟ ପୋଲିସର କହିବା ମୁତାବକ, ବାଉନ୍ସରଙ୍କ ନାମରେ ବହୁ ଅପରାଧ ମାମଲା ନିକଟ ଅତୀତରେ ରୁଜୁ ହୋଇଛି। ବାଉନ୍ସରଙ୍କଠାରୁ ସାଧାରଣ ଗ୍ରାହକଙ୍କ ଜୀବନ ପ୍ରତି ବିପଦ ତଥା ସାମାଜିକ ଶାନ୍ତି ବ୍ୟାହତ ହେବାର ଆଶଙ୍କା ରହିଛି। ଏହି ପରିପ୍ରେକ୍ଷୀରେ ଉଭୟ ଭୁବନେଶ୍ୱର ଏବଂ କଟକ ଅଞ୍ଚଳର ବାର୍‌ ମାଲିକମାନଙ୍କ ପାଇଁ ପୋଲିସ କମିଶନର ଆସନ୍ତା ୨ ମାସ ପର୍ଯ୍ୟନ୍ତ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। ବାର୍‌ ମାଲିକମାନେ ନିଜ ଅଞ୍ଚଳର ଡିସିପିଙ୍କଠାରୁ ସୁରକ୍ଷା କର୍ମଚାରୀଙ୍କ ସମ୍ପର୍କରେ ଅପରାଧ ପୃଷ୍ଠଭୂମିର ପୂର୍ବ ରେକର୍ଡ ଯାଞ୍ଚ କରିବା ବାଧ୍ୟତାମୂଳକ କରାଯାଇଛି। ପ୍ରାଇଭେଟ୍‌ ସିକ୍ୟୁରିଟି ଏଜେନ୍ସିଗୁଡ଼ିକଠାରୁ ବାର୍‌ ମାଲିକମାନେ ସୁରକ୍ଷା କର୍ମଚାରୀ ନିୟୋଜିତ କରିପାରିବେ। ନିୟୋଜିତ କରିଥିବା ସୁରକ୍ଷା କର୍ମଚାରୀଙ୍କ ବିଷୟରେ ବାର୍‌ ମାଲିକମାନେ ସ୍ଥାନୀୟ ପୋଲିସକୁ ଲିଖିତ ଭାବେ ଜଣାଇବେ। ଏହି ନିୟୋଜିତ ସୁରକ୍ଷା କର୍ମଚାରୀ ସାଧାରଣ ଆଇନ ପରିସରଭୁକ୍ତ ରହିବେ। ଆବଶ୍ୟକସ୍ଥଳେ ୧୧୨ ନମ୍ବରକୁ ଫୋନ୍‌ କରି ଏହି ସୁରକ୍ଷା କର୍ମଚାରୀମାନଙ୍କ ସୂଚନା ଦେଇପାରିବେ। କୌଣସି ପରିସ୍ଥିତିରେ ମଧ୍ୟ ଏହି ସୁରକ୍ଷା କର୍ମୀମାନେ ଗ୍ରାହକମାନଙ୍କ ମୌଳିକ ଅଧିକାରକୁ ଉଲ୍ଲଂଘନ କରିପାରିବେ ନାହିଁ। ଗତ ୧୧ ତାରିଖଠାରୁ ମେ ୫ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି ଦ୍ୱୈତନଗରୀ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?