ବାର୍‌ରେ ବାଉନ୍ସର ମନା

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଦ୍ୱୈତନଗରୀ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଅଞ୍ଚଳରେ ଥିବା ମଦ ବାର୍‌ଗୁଡ଼ିକ ସୁରକ୍ଷା କାର୍ଯ୍ୟ ପାଇଁ ଘରୋଇ ସୁରକ୍ଷା କର୍ମୀ/ବାଉନ୍ସରମାନଙ୍କୁ ନିୟୋଜିତ କରିପାରିବେ ନାହିଁ। ଗତ ନଭେମ୍ବର ୧ ତାରିଖରେ ଏ ସମ୍ପର୍କିତ ଏକ ନିର୍ଦ୍ଦେଶାବଳୀ କମିଶନରେଟ ପୋଲିସ ପକ୍ଷରୁ ଜାରି ହୋଇଥିବା ବେଳେ ସୋମବାର ଆଉ ଥରେ ସମାନ କଥା ଦୋହରାଯାଇଛି। ଗତଥର ଭଳି ଏଥର ମଧ୍ୟ ୨ ମାସ ଲାଗି ଏହି ନିର୍ଦ୍ଦେଶନାମା ବଳବତ୍ତର ରହିବ ବୋଲି କୁହାଯାଇଛି।
କମିଶନରେଟ ପୋଲିସର କହିବା ମୁତାବକ, ବାଉନ୍ସରଙ୍କ ନାମରେ ବହୁ ଅପରାଧ ମାମଲା ନିକଟ ଅତୀତରେ ରୁଜୁ ହୋଇଛି। ବାଉନ୍ସରଙ୍କଠାରୁ ସାଧାରଣ ଗ୍ରାହକଙ୍କ ଜୀବନ ପ୍ରତି ବିପଦ ତଥା ସାମାଜିକ ଶାନ୍ତି ବ୍ୟାହତ ହେବାର ଆଶଙ୍କା ରହିଛି। ଏହି ପରିପ୍ରେକ୍ଷୀରେ ଉଭୟ ଭୁବନେଶ୍ୱର ଏବଂ କଟକ ଅଞ୍ଚଳର ବାର୍‌ ମାଲିକମାନଙ୍କ ପାଇଁ ପୋଲିସ କମିଶନର ଆସନ୍ତା ୨ ମାସ ପର୍ଯ୍ୟନ୍ତ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। ବାର୍‌ ମାଲିକମାନେ ନିଜ ଅଞ୍ଚଳର ଡିସିପିଙ୍କଠାରୁ ସୁରକ୍ଷା କର୍ମଚାରୀଙ୍କ ସମ୍ପର୍କରେ ଅପରାଧ ପୃଷ୍ଠଭୂମିର ପୂର୍ବ ରେକର୍ଡ ଯାଞ୍ଚ କରିବା ବାଧ୍ୟତାମୂଳକ କରାଯାଇଛି। ପ୍ରାଇଭେଟ୍‌ ସିକ୍ୟୁରିଟି ଏଜେନ୍ସିଗୁଡ଼ିକଠାରୁ ବାର୍‌ ମାଲିକମାନେ ସୁରକ୍ଷା କର୍ମଚାରୀ ନିୟୋଜିତ କରିପାରିବେ। ନିୟୋଜିତ କରିଥିବା ସୁରକ୍ଷା କର୍ମଚାରୀଙ୍କ ବିଷୟରେ ବାର୍‌ ମାଲିକମାନେ ସ୍ଥାନୀୟ ପୋଲିସକୁ ଲିଖିତ ଭାବେ ଜଣାଇବେ। ଏହି ନିୟୋଜିତ ସୁରକ୍ଷା କର୍ମଚାରୀ ସାଧାରଣ ଆଇନ ପରିସରଭୁକ୍ତ ରହିବେ। ଆବଶ୍ୟକସ୍ଥଳେ ୧୧୨ ନମ୍ବରକୁ ଫୋନ୍‌ କରି ଏହି ସୁରକ୍ଷା କର୍ମଚାରୀମାନଙ୍କ ସୂଚନା ଦେଇପାରିବେ। କୌଣସି ପରିସ୍ଥିତିରେ ମଧ୍ୟ ଏହି ସୁରକ୍ଷା କର୍ମୀମାନେ ଗ୍ରାହକମାନଙ୍କ ମୌଳିକ ଅଧିକାରକୁ ଉଲ୍ଲଂଘନ କରିପାରିବେ ନାହିଁ। ଗତ ୧୧ ତାରିଖଠାରୁ ମେ ୫ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି ଦ୍ୱୈତନଗରୀ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri