ଯୁବକଙ୍କ ତଣ୍ଟି କାଟିଲେ ବାଉନ୍ସର

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉଁସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍‌ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ। ପୁଣି ଶନିବାର ରାତିରେ ଖାରବେଳନଗର ଅଞ୍ଚଳରେ ଜଣେ ଯୁବକଙ୍କ ବେକ କାଟି ମରଣାନ୍ତକ ଆକ୍ରମଣ କରିଛନ୍ତି। ଖାରବେଳନଗର ଥାନା ନିକଟସ୍ଥ ମ୍ୟାଡ ମୂଲ ପବ୍‌ ଓ ବାର୍‌ର ବାଉନ୍ସରମାନେ ବର୍ବରତାର ସୀମା ଟପିଯାଇଛନ୍ତି। ବାର୍‌ରେ ୨ ଜଣ ଯୁବକଙ୍କ ସହ ବଚସା ହେବା ପରେ ସେମାନଙ୍କୁ ମାଡ଼ ମାରି ବାରରୁ ବାହାର କରିବା ସହ ରାସ୍ତାରେ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକମ୍ରଣ କରି ଫେରାର ହୋଇଯାଇଛନ୍ତି। ଆର୍ଯ୍ୟ ବେଦାନ୍ତ ନାମକ ଯୁବକଙ୍କ ବେକର ଆଗ ପାର୍ଶ୍ୱ ଓ ପଛରେ ଗୁରୁତର କ୍ଷତ ହେବା ସହ ସେ ଏକ ଘରୋଇ ହସ୍ପିଟାଲରେ ଜୀବନ ସହ ଲଢ଼େଇ କରୁଛନ୍ତି। ତାଙ୍କର ସହଯୋଗୀ ବନ୍ଧୁ ଦେବାଶିଷଙ୍କ ଶରୀର ବିଭିନ୍ନ ସ୍ଥାନରେ କ୍ଷତ ହୋଇଥିବାବେଳେ ଚିକିତ୍ସା ପରେ ଏବେ ସୁସ୍ଥ ଅଛନ୍ତି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ନଂ.୫୪/୨୦ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ସୂଚନା ମୁତାବକ, ଶନିବାର ରାତିରେ ଆର୍ଯ୍ୟ ଓ ଦେବାଶିଷ ମ୍ୟାଡ ମୁଲ ବାରରେ ଖାଦ୍ୟ ନେବାବେଳେ ବାର୍‌ର ବାଉଁସରମାନଙ୍କ ସହ କୌଣସି କଥାକୁ ନେଇ ବଚସା ହୋଇଥିଲା। ଉଭୟ ବାର୍‌ରୁ ଫେରିବାବେଳେ ପୁଣି ବାଉନ୍ସରଙ୍କ ସହ ମୁହଁାମୁହିଁ କଥା କଟାକଟି ହୋଇଥିଲା। ବାଉଁସରମାନେ ଉତ୍ତ୍ୟକ୍ତ ହୋଇ ସେମାନଙ୍କର ଅନ୍ୟ କିଛି ବାଉନ୍ସର ସାଙ୍ଗଙ୍କୁ ଡକାଇଥିଲେ। ସେମାନେ ଜନପଥ ରୋଡ୍‌ରେ ଆର୍ଯ୍ୟ ଓ ଦେବାଶିଷଙ୍କୁ ଗୋଡ଼ାଇ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଆସିବାରୁ ବାଉନ୍ସରମାନେ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ ପହଞ୍ଚତ୍ ଉଦ୍ଧାର କରି ଉଭୟଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri