Posted inଖେଳ

ବ୍ୟାଟିଂ ବିପର୍ଯ୍ୟୟ: ୩୧୮ ରନ୍‌ ପଛରେ ଭାରତ

ଦ ଓଭାଲ,୯ା୬: ଦ ଓଭାଲରେ ଅନୁଷ୍ଠିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି) ଫାଇନାଲର ଦ୍ୱିତୀୟ ଦିନରେ ଭାରତ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ଟ୍ରାଭିସ୍‌ ହେଡ୍‌ ଓ ଷ୍ଟିଭ୍‌ ସ୍ମିଥଙ୍କ ଶତକ ବଳରେ ୪୬୯ ରନ୍‌ କରି ଅଲ୍‌ଆଉଟ ହୋଇଥିଲା। ଏହାର ଜବାବରେ ଭାରତ ପ୍ରାରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦ୍ୱିତୀୟ ଦିନ ଖେଳା ସୁଦ୍ଧା ଭାରତ ୩୮ ଓଭରରେ ୫ ଉଇକେଟ ହରାଇ ୧୫୧ ରନ୍‌ ସଂଗ୍ରହ କରିଛି। ହାତରେ ୫ ଉଇକେଟ ଥିବାବେଳେ ୩୧୮ ରନ୍‌ ପଛରେ ରହିଛି ଭାରତ।

୪୬୯ ରନ୍‌ ଜବାବରେ ଭାରତର ଆରମ୍ଭ ଭଲ ରହିଥିଲା। ରୋହିତ ଶର୍ମା(୧୫) ଓ ଶୁବମାନ୍‌ ଗିଲ୍‌(୧୩) ଓପନିଂରେ ୩୦ ରନ୍‌ ଯୋଡିଥିଲେ। ଦଳୀୟ ସ୍କୋର ୩୦ରେ ଉଭୟ ଆଉଟ ହୋଇ ପ୍ୟାଭିଲିୟନ ଫେରିଥିଲେ। ଚେତେଶ୍ୱର ପୂଜାରା(୧୪) ଓ ବିରାଟ କୋହଲି(୧୪) ରନ୍‌ ଲେଖାଏ ସ୍କୋର କରିଥିଲେ। ଭଲ ଆରମ୍ଭ ପାଇଥିଲେ ମଧ୍ୟ ଉଭୟ ଖେଳାଳି ବଡ ସ୍କୋର କରି ପାରି ନ ଥିଲେ। ବିରାଟ କୋହଲି ଦଳୀୟ ସ୍କୋର ୭୧ ରନ୍‌ରେ ଆଉଟ ହେବା ପରେ ଭାରତ ସଙ୍କଟରେ ପଡିଥିଲା। ହେଲେ ଜାଡେଜା ଏବଂ ରାହାନେ ଦଳକୁ ଆଗକୁ ନେଇଥିଲେ। ଉଭୟ ୫ମ ଉଇକେଟରେ ୭୧ ରନ୍‌ ଯୋଡିଥିଲେ। ଜାଡେଜା ୫୧ ବଲ୍‌ ଖେଳି ୪୮ ରନ୍‌ କରି ନାଥାନ ଲିୟନଙ୍କ ବଲରେ ଆଉଟ ହୋଇଥିଲେ। ଅଜିଙ୍କ୍ୟ ରାହାନେ ୨୮ ରନ୍‌ କରି କ୍ରିଜ୍‌ରେ ଅଛନ୍ତି। ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ, ପ୍ୟାଟ୍‌ କୁମିନ୍ସ, ସ୍କଟ୍‌ ବୋଲାଣ୍ଡ, କାମେରନ୍‌ ଗ୍ରୀନ୍‌ ଓ ନାଥାନ ଲିୟନ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri