Posted inଖେଳ

ପାକିସ୍ତାନ ବୋଲରଙ୍କୁ ଶିଖାଯାଉଛି ବଲ୍‌ ଟାମ୍ପରିଂ! ପିସିବି ଉପରେ ବଡ଼ ଅଭିଯୋଗ ଆଣିଲେ…

ଇସଲାମାବାଦ,୧୧।୧୦: ଇଂଲଣ୍ଡ ବିପକ୍ଷ ମୁଲ୍‌ତାନ ଟେଷ୍ଟ ଶେଷ ହେବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ ଉପରେ ବଲ ଟାମ୍ପରିଂ ଶିଖାଯାଉଥିବା ନେଇ ବଡ଼ ଅଭିଯୋଗ ଆସିଛି। ମ୍ୟାଚ୍‌ରେ ବୋଲର୍‌ଙ୍କୁ ନୂଆ ଏବଂ ପୁରୁଣା ବୋଲିଂରେ ସ୍ବିଙ୍ଗ ନ ମିଳିବାରୁ ଜଣେ ପାକିସ୍ତାନୀ ଖବରଦାତା ଏହା ପଛରେ ଏକ ବଡ଼ କାରଣ ଥିବା କହିଛନ୍ତି। ଏପରିକି ସେ ପିସିବିର ଘରୋଇ କ୍ରିକେଟ ସାରଣୀ ଉପରେ ପ୍ରଶ୍ନ ଉଠାଇବା ସହ ବଲ୍‌ ଟାମ୍ପରିଂକୁ ପ୍ରଶୟ ଦେଉଥିବା ଅଭିଯୋଗ କରିଛନ୍ତି।

କିଛି ରିପୋର୍ଟ ଆଧାରରେ ଖବରଦାତାଜଣଙ୍କ କହିଛନ୍ତି, ନସୀମ ଶାହାଙ୍କ ସମେତ ଅନେକ ବୋଲର୍‌ ଘରୋଇ କ୍ରିକେଟରୁ ହିଁ ବଲ୍‌କୁ ଛିଣ୍ଡାଇବା ଅଭ୍ୟାସ କରିଥାନ୍ତି। ଆଇସିସି ନିୟମ ମୁତାବକ ଏହା ବଲ ଟାମ୍ପରିଂ ଅଧୀନରେ ଆସିଥାଏ। ସେହିଭଳି ଅନ୍ତର୍ଜାତୀୟସ୍ତରରେ ସେ ଏହି କାମ କରିପାରୁନାହାନ୍ତି, ଫଳରେ ରିଭର୍ସ କରାଇବାରେ ଅସୁବିଧା ହେଉଛି। ଏପରିକି ମ୍ୟାଚ୍‌ ଅଧିକାରୀ, କୋଚିଂ ଷ୍ଟାଫ ଏବଂ ବରିଷ୍ଠ ଖେଳାଳି ଆଦି ଏହାକୁ ଜାଣିଶୁଣି ପ୍ରଶୟ ଦେଉଛନ୍ତି, ଯାହାକୁ ଦେଖି ଯୁବା ବୋଲର୍‌ ବଲ୍‌ ଟାମ୍ପରିଂ ଶିଖିଥାନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।

କହିରଖୁଛୁ, ପାକିସ୍ତାନ କ୍ରିକେଟ ବୋର୍ଡ ଉପରେ ପରାଜୟକୁ ଏଡାଇବା ଲାଗି ମୁଲ୍‌ତାନରେ ପିଚ୍‌କୁ ସ୍ବତନ୍ତ୍ର ଭାବେ କରାଯାଇଥିବା ଅଭିଯୋଗ ମଧ୍ୟ ହୋଇଛି। ବୋର୍ଡର ନିଷ୍ପତ୍ତି ଖେଳାଳିଙ୍କୁ ଅଡ଼ୁଆରେ ପକାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri