Posted inଖେଳ

ବକ୍ସିଂ କୋଚ୍‌ ଓ.ପି. ଭରଦ୍ୱାଜଙ୍କ ପରଲୋକ

ନୂଆଦିଲ୍ଲୀ,୨୨।୫(ପି.ଟି.): ଜଣାଶୁଣା ବକ୍ସିଂ କୋଚ୍‌ ଓ.ପି. ଭରଦ୍ୱାଜ ୮୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବକ୍ସିଂରେ ସେ ଭାରତର ପ୍ରଥମ ଦ୍ରୋଣାଚାର୍ଯ୍ୟ ପୁରସ୍କାର ଜିତିଥିଲେ। ବୟସାଧିକ୍ୟ କାରଣରୁ ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହି ଆସୁଥିଲେ। ୧୦ ଦିନ ତଳେ ତାଙ୍କ ସ୍ତ୍ରୀ ସନ୍ତୋଷ ସ୍ବାସ୍ଥ୍ୟଗତ ଦୁର୍ବଳତା କାରଣରୁ ମୃତ୍ୟୁବରଣ କରିଥିଲେ।
୧୯୮୫ରେ ଭରଦ୍ୱାଜ ମିଳିତ ଭାବେ ରେସଲିଂ କୋଚ୍‌ ବାଲଚନ୍ଦ୍ର ଭାସ୍କର ଭଗବତ୍‌ ଓ ଆଥ୍‌ଲେଟିକ୍ସ କୋଚ୍‌ ଓ.ଏମ୍‌. ନାମ୍ବିଆରଙ୍କ ସହ କୋଚିଂରେ ଦେଶର ସର୍ବଶ୍ରେଷ୍ଠ ପୁରସ୍କାର ଦ୍ରୋଣାଚାର୍ଯ୍ୟ ପୁରସ୍କାର ଜିତିଥିଲେ। ଦୀର୍ଘଦିନ ଧରି ଅସୁସ୍ଥ ରହିବା ପରେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ୧୦ ଦିନ ତଳେ ସ୍ତ୍ରୀଙ୍କ ଦେହାନ୍ତ କାରଣରୁ ସେ ମାନସିକ ଭାବେ ଆଘାତ ପାଇଥିଲେ ବୋଲି ତାଙ୍କର ଜଣେ ପାରିବାରିକ ବନ୍ଧୁ କହିଛନ୍ତି।
୧୯୬୮ରୁ ୧୯୮୯ ପର୍ଯ୍ୟନ୍ତ ସେ ଭାରତୀୟ ଜାତୀୟ ବକ୍ସିଂ କୋଚ୍‌ ଭାବେ ସଫଳତାର ସହ କାର୍ଯ୍ୟ କରିଥିଲେ। ସେ ମଧ୍ୟ ଚୟନକର୍ତ୍ତା ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ତତ୍ତ୍ୱାବଧାନରେ ଭାରତୀୟ ବକ୍ସରମାନେ ଏସିଆନ ଗେମ୍ସ, ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ସାଉଥ୍‌ ଏସିଆନ ଗେମ୍ସରେ ପଦକ ହାସଲ କରିଥିଲେ। ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ଅଧ୍ୟକ୍ଷ ଅଜୟ ସିଂ ଦୁଃଖପ୍ରକାଶ କରିଛନ୍ତି। ଭରଦ୍ୱାଜ ଭାରତୀୟ ବକ୍ସିଂର କର୍ଣ୍ଣଧାର ଥିଲେ। ସେ କେତୋଟି ପିଢିର ବକ୍ସର ଓ କୋଚ୍‌ଙ୍କ ପାଇଁ ପ୍ରେରଣାର ଉତ୍ସ ଥିଲେ। ଚୟନକର୍ତ୍ତା ଭାବେ ମଧ୍ୟ ତାଙ୍କ କାର୍ଯ୍ୟ ବେଶ୍‌ ପ୍ରଶଂସନୀୟ ଥିଲା ଓ ତାଙ୍କର ଦୂରଦୃଷ୍ଟି ଥିଲା ବୋଲି ଅଜୟ କହିଛନ୍ତି। ପଟିଆଲାସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସ୍ପୋଟର୍‌ସରେ ବକ୍ସିଂ ଡିପ୍ଲୋମା କୋଚିଂ କୋର୍ସର ପ୍ରଥମ ଶିକ୍ଷକ ତଥା ଇନ୍‌ଷ୍ଟ୍ରକ୍ଟର ଥିଲେ। ୨୦୦୮ରେ ମଧ୍ୟ ସେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ କେତେମାସ ବକ୍ସିଂ ଟେକ୍‌ନିକ ନେଇ ପ୍ରଶିକ୍ଷଣ ଦେଇଥିଲେ। ବକ୍ସିଂ ପ୍ରତି ଅବଦାନ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri