Posted inଖେଳ

ବକ୍ସିଂ ଡେ’ ଟେଷ୍ଟ: ଦୈନିକ ୩୦,୦୦୦ଦର୍ଶକଙ୍କୁ ଅନୁମତି

ମେଲବୋର୍ନ, ୧୧ା୧୨ (ପି.ଟି.)-ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁଥିବା ଆଇକନିକ ବକ୍ସିଂ ଡେ’ ଟେଷ୍ଟକୁ ଷ୍ଟାଡିୟମରେ ଦୈନିକ ୩୦,୦୦୦ ଦର୍ଶକ ଉପଭୋଗ କରିପାରିବେ। କୋଭିଡ୍‌ ଯୋଗୁ ଭିକ୍ଟୋରିଆ ପ୍ରଦେଶ ସରକାର ଦର୍ଶକଙ୍କ ସଂଖ୍ୟା ଉପରେ ଯେଉଁ କଟକଣା ଜାରି କରିଥିଲେ, ସେଥିରେ କୋହଳ କରିବାରୁ ଏହା ସମ୍ଭବ ହୋଇପାରିଛି। ବକ୍ସିଂ ଡେ’ ଟେଷ୍ଟ ଡିସେମ୍ବର ୨୬ରୁ ୩୦ ପର୍ଯ୍ୟନ୍ତ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳିବାର କାର୍ଯ୍ୟକ୍ରମ ରହିଛି। କଟକଣା ଯୋଗୁ ପୂର୍ବରୁ ଦୈନିକ ମୋଟ ଆସନ କ୍ଷମତାର ୨୫ ପ୍ରତିଶତ ଅର୍ଥାତ୍‌ ୨୫,୦୦୦ ଦର୍ଶକଙ୍କୁ ଅନୁମତି ଦିଆଯାଇଥିଲା। ମାତ୍ର ଗତ ୪୦ ଦନି ହେଲା ନୂଆ କୋଭିଡ୍‌ ପଜିଟିଭ ଦେଖା ଦେଇ ନ ଥିବାରୁ ଦର୍ଶକ ସଂଖ୍ୟା ୩୦,୦୦୦କୁ ବୃ୍‌ଦ୍ଧି କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଦୁଇ ଦେଶ ମଧ୍ୟରେ ବହୁ ପ୍ରତୀକ୍ଷିତ ୪ ମ୍ୟାଚବିଶିଷ୍ଟ ଟେଷ୍ଟ ସିରିଜ ଡିସେମ୍ବର ୧୭ରୁ ଆଡିଲେଡ୍‌ରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri