Posted inଖେଳ

ବକ୍ସିଂ ଡେ’ ଟେଷ୍ଟ: ବିହାରୀଙ୍କ ସ୍ଥାନରେ ଖେଳିପାରନ୍ତି ଜାଡେଜା

ଆଡିଲେଡ୍‌, ୨୨ା୧୨ (ପି.ଟି.)-ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ’ ଟେଷ୍ଟ ପାଇଁ ରବୀନ୍ଦ୍ର ଜାଡେଜାଙ୍କ ଅଗ୍ରଗତି ଉପରେ ନଜର ରଖିଛି ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ। ମ୍ୟାଚ ପୂର୍ବରୁ ଯଦି ଅବା ସେ ଫିଟ୍‌ ମନେ ହୁଅନ୍ତି ତେବେ ତାଙ୍କୁ ହନୁମା ବିହାରୀଙ୍କ ସ୍ଥାନରେ ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇପାରେ। ପ୍ରଥମ ଅନ୍ତର୍ଜାତୀୟ ଟି୨୦ ବେଳେ ଜାଡେଜାଙ୍କ ମୁଣ୍ଡରେ ବଲ୍‌ ବାଜିଥିଲା। ପୁନଶ୍ଚ ତାଙ୍କର ହାମ୍‌ଷ୍ଟ୍ରିଙ୍ଗ୍‌ ଇଞ୍ଜୁରୀ ଥିଲା। ଯାହା ଫଳରେ ସେ ପ୍ରଥମ ଟେଷ୍ଟରୁ ବାଦ୍‌ ପଡ଼ିଥିଲେ। ଭାରତ ଟେଷ୍ଟ ମ୍ୟାଚ୍‌ ଖେଳୁଥିବାବେଳେ ଜାଡେଜାଙ୍କୁ ନେଟ୍ସରେ କିଛି ସମୟ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଥିଲା। ଖବର ଅନୁସାରେ ଏହି ସିନିୟର ଅଲରାଉଣ୍ଡର ଦ୍ରୁତ ଆରୋଗ୍ୟ ଲାଭ କରୁଛନ୍ତି। ଡିସେମ୍ବର ୨୬ରୁ ମେଲବୋର୍ନଠାରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ପୂର୍ବରୁ ସେ ଠିକ ହୋଇଯାଇଥିବେ ବୋଲି ଅନୁମାନ କରାଯାଉଛି। ହେଲେ ଏଥିରେ ଶତପ୍ରତିଶତ ଗ୍ୟାରେଣ୍ଟି ନାହିଁ। କିନ୍ତୁ ସେ ଯଦି ଅବା ଫିଟ୍‌ ହୁଅନ୍ତି, ଆନ୍ଧ୍ର ପ୍ରଦେଶ ବ୍ୟାଟ୍ସମ୍ୟାନ ବିହାରୀ ଦଳରୁ ବାଦ୍‌ ପଡ଼ିବେ। କାରଣ ଆଡିଲେଡ୍‌ ଟେଷ୍ଟରେ ସେ ଭଲ ସ୍କୋର କରିପାରି ନାହାନ୍ତି। ତେବେ ଏ ସମ୍ପର୍କରେ ଅଜିଙ୍କ୍ୟ ରାହାନେ ଓ ରବି ଶାସ୍ତ୍ରୀ ଯାହା ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୦୦ କିଲୋ ମାଛ, ୬,୦୦୦ କମଳା ଧରି ଫିଫା ବିଶ୍ୱକପ୍‌ରେ ପହଞ୍ଚିଲା ଏହି ଦେଶ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୬: ଫିଫା ବିଶ୍ୱକପ (FIFA ବିଶ୍ୱକପ ୨୦୨୬)ର ୨୩ତମ ସଂସ୍କରଣ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏଥର ମୋଟ ୪୮ଟି ଦଳ…

ଆଜିଠୁ ଫିଫା ବିଶ୍ୱକପ୍‌: ଭାଗନେବେ ୪୮ ଦେଶ

ମେକ୍ସିକୋ ସିଟି (ମେକ୍ସିକୋ), ୧୧ା୬:ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ଭାବେ ବିବେଚନା କରାଯାଉଥିବା ଫିଫା ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇତିହାସରେ ପ୍ରଥମଥର ପାଇଁ ଫୁଟ୍‌ବଲ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

ଅଧିନାୟକ ପଦ ଛାଡି କ୍ରିକେଟରୁ ବିଦାୟ ଦେବେ ବେନ ଷ୍ଟୋକ୍ସ! ନାଇଟ କ୍ଲବ ଘଟଣା ପରେ କ୍ରିକେଟଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି

ନୂଆଦିଲ୍ଲୀ,୧୦।୬: କ୍ରିକେଟ ଇତିହାସର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ ବେନ ଷ୍ଟୋକ୍ସ ଖୁବ ଶୀଘ୍ର ତାଙ୍କର ଅବସର ଘୋଷଣା କରିପାରନ୍ତି। ରିପୋର୍ଟ ଅନୁସାରେ ଷ୍ଟୋକ୍ସ ଟେଷ୍ଟ ଅଧିନାୟକ…

୩୫ ଚୌକା, ୯ ଛକା ସହ ୨୧୦ ରନର ଏକ ଇନିଂସ… ବୈଭବ ସୂର୍ଯ୍ୟବଂଶୀ ନୁହେଁ ଗର୍ଜିଲା ତାଙ୍କ ବନ୍ଧୁଙ୍କ ବ୍ୟାଟ

ନୂଆଦିଲ୍ଲୀ,୧୦।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଇପିଏଲ ୨୦୨୬ରେ ତାଙ୍କର ଚମତ୍କାର ବ୍ୟାଟିଂ ପ୍ରଦର୍ଶନ ଦ୍ୱାରା କେବଳ ଲୋକଲୋଚନକୁ ଆସି ନଥିଲେ ବରଂ ଭାରତୀୟ ଜାତୀୟ ଦଳରେ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri