Posted inଖେଳ

ମେଲବୋର୍ନ ଟେଷ୍ଟରେ ଅଧିନାୟକ ରାହାଣେଙ୍କ ଦମ୍‌ଦାର ବ୍ୟାଟିଂ: ଅଷ୍ଟ୍ରେଲିଆଠାରୁ ୮୨ ରନ୍‌ ଆଗରେ ଭାରତ

ମେଲବୋର୍ନ,୨୭।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ୍‌ ଟେଷ୍ଟର ଦ୍ୱିତୀୟ ମ୍ୟାଚ୍‌ ଜାରି ରହିଛି। ରବିବାର ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଭାରତୀୟ ଦଳ ପ୍ରଥମ ପାଳିରେ ୯୧.୩ ଓଭର ଖେଳି ୨୭୭ ରନ୍‌ କରିନେଇଛି। ଅଧିନାୟକ ଅଜିଙ୍କ୍ୟ ରାହାଣେ ୧୦୪ ଏବଂ ରବିନ୍ଦ୍ର ଜାଡେଜା ୪୦ ରନ୍‌ କରି ପଡ଼ିଆରେ ଅଛନ୍ତି। ପୂର୍ବରୁ ଘରୋଇ ଦଳ ୧୯୫ରନ୍‌ରେ ଅଲ୍‌ଆଉଟ୍‌ ହୋଇଥିବା ହେତୁ ଭାରତ ଏବେ ୮୨ରନ୍‌ରେ ଆଗୁଆ ରହିଛି। ଏବେ ବି ଦଳ ହାତରେ ୫ ଉଇକେଟ୍‌ ଥିଲେ ହେଁ ବର୍ଷା ଯୋଗୁ ଅମ୍ପାୟାର ଏହି ସ୍କୋରରେ ଷ୍ଟମ୍ପ୍ସ ଘୋଷଣା କରିଛନ୍ତି।

ଦ୍ୱିତୀୟ ଦିନରେ ଭାରତୀୟ ଦଳ ୩୬/୧ରୁ ଖେଳ ଆଗକୁ ବଢ଼ାଇଥିଲା। ଶୁଭମନ ଗିଲ(୪୫), ଚେତେଶ୍ୱର ପୂଜାରା(୧୭), ହନୁମା ବିହାରୀ(୨୧), ରିଷଭ ପନ୍ଥ(୨୯) ରନ୍‌ କରି ଆଉଟ୍‌ ହୋଇଥିଲେ। ପରେ ରବିନ୍ଦ୍ର ଜାଡେଜାଙ୍କ ସହ ପୂର୍ବରୁ ଥିବା ଅଜିଙ୍କ୍ୟ ରାହାଣେ ଦମଦାର ବ୍ୟାଟିଂ ଜାରି ରଖିଛନ୍ତି। ମେଲବୋର୍ନ ଟେଷ୍ଟରେ ସେ ନିଜର ୧୨ତମ ଶତକ ପୂରଣ କରିଛନ୍ତି। ୧୯୬ ବଲ୍‌ରେ ୧୧ ଚଉକା ସହାୟତାରେ ସେ ଏହା କରିଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri