ବକ୍ସିଂ: ପୂଜାରାଣୀ କ୍ୱାର୍ଟରଫାଇନାଲରେ

ଟୋକିଓ, ୨୯ା୭ (ପି.ଟି.)-ଦୁଇଥର ଏସିଆନ ଚାମ୍ପିୟନ ମହିଳା ବକ୍ସର ପୂଜା ରାଣୀ (୭୫ କେଜି) ତାଙ୍କ ଓପନିଂ ବାଉଟ୍‌ରେ ଆଲଜେରିଆର ଇଚ୍ରାକ୍‌ ଚାଇବାଙ୍କୁ ପରାସ୍ତ କରି କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଅଲିମ୍ପିକ୍ସରେ ପ୍ରଥମ ଥର ଭାଗ ନେଇଥିବା ଏହି ୩୦ ବର୍ଷୀୟା ଭାରତୀୟ ବକ୍ସର ତାଙ୍କଠାରୁ ୧୦ବର୍ଷ ସାନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୫-୦ରେ ପରାସ୍ତ କରିଛନ୍ତି। ରିଙ୍ଗ୍‌ରେ ଚାଇବା ସନ୍ତୁଳନ ରକ୍ଷା କରିପାରୁ ନ ଥିବାରୁ ହରିୟାଣା ବକ୍ସର ଏଥିରୁ ଫାଇଦା ଉଠାଇଥିଲେ। ରାଣୀ ପରବର୍ତ୍ତୀ ରାଉଣ୍ଡରେ ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜୟିନୀ, ଦୁଇଥର ଏସିଆନ ଚାମ୍ପିୟନ ଏବଂ ପୂର୍ବତନ ବିଶ୍ୱ ସ୍ବର୍ଣ୍ଣ ବିଜୟିନୀ ଚାଇନାର ଲିନ୍‌ କ୍ୱାନଙ୍କୁ ଭେଟିବେ। ଦୁଇ ବକ୍ସରଙ୍କ ମଧ୍ୟରେ ମୁକାବିଲା ଜୁଲାଇ ୩୧ରେ ହେବ। ଚାଇନାର ୩୧ବର୍ଷୀୟ ବକ୍ସରଙ୍କ ବିପକ୍ଷରେ ରାଣୀଙ୍କ ରେକର୍ଡ ଭଲ ରହିଛି। କ୍ୱାନ ୨୦୧୪ ଏସିଆନ ଗେମ୍ସ ଏବଂ ଗତବର୍ଷ ଜୋର୍ଡାନରେ ଅନୁଷ୍ଠିତ ଏସିଆନ ଅଲିମ୍ପିକ କ୍ୱାଲିଫାୟର୍ସରେ ରାଣୀଙ୍କୁ ହରାଇ ଦେଇଥିଲେ। ଅଲିମ୍ପିକ୍ସରେ ପହଞ୍ଚତ୍ବା ଲାଗି ରାଣୀଙ୍କୁ ବହୁ ବାଧାବିଘ୍ନ ଅତିକ୍ରମ କରିବାକୁ ହୋଇଛି। ୨୦୧୬ରେ ତାଙ୍କ ହାତ ପୋଡିଯାଇଥିଲା, ୨୦୧୭ରେ ତାଙ୍କ କାନ୍ଧରେ ଆଘାତ ଲାଗିଥିଲା। ଫଳରେ ତାଙ୍କ କ୍ୟାରିୟର ପ୍ରତି ବିପଦ ଦେଖା ଦେଇଥିଲା। ତାଙ୍କ ପିତା ଜଣେ ପୋଲିସ ଅଫିସର। ରାଣୀ ଜଣେ ବକ୍ସର ହୁଅନ୍ତୁ ବୋଲି ସେ ଚାହୁଁ ନ ଥିଲେ। ଏହା ଆକ୍ରମଣାତ୍ମକ ଲୋକମାନଙ୍କ ଲାଗି ଏକ ଖେଳ ବୋଲି ତାଙ୍କର ଧାରଣା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri