Posted inଖେଳ

ବକ୍ସିଂ ବିଶ୍ୱକପ: ଫାଇନାଲରେ ସିମରନଜିତ

ନୂଆଦିଲ୍ଲୀ, ୧୯।୧୨(ପି.ଟି.)-
ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ମେଡାଲିଷ୍ଟ ସିମରନଜିତ କୌର (୬୦ କେଜି) ଜର୍ମାନୀର କଲୋନରେ ଚାଲିଥିବା ବକ୍ସିଂ ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଶୁକ୍ରବାର ୟୁକ୍ରେନର ମାରିଆନା ବାସନେଟ୍ସଙ୍କୁ ୪-୧ରେ ପରାସ୍ତ କରିଛନ୍ତି। ଶନିବାର ଫାଇନାଲ ଅନୁଷ୍ଠିତ ହେବ। ଏକ ଲଢ଼େଇରେ ୨ ଥର ବିଶ୍ୱ ପଦକ ବିଜେତା ସୋନିଆ ଲାଥର (୫୭ କେଜି) ୟୁକ୍ରେନର ସ୍ନିଝାନା ଖୋଲୋଡକୋଭାଙ୍କୁ ୩-୨ରେ ହରାଇ ସେମିଫାଇନାଲରେ ପହଞ୍ଚତ୍ଛନ୍ତି। ପୂର୍ବରୁ ବାଇ ପାଇଥିବା ନିଜ ଦେଶର ମନୀଷାଙ୍କୁ ସେମିରେ ଭେଟିବେ ସୋନିଆ। ଏସିଆନ ଗେମ୍ସ ବ୍ରୋଞ୍ଜ ବିଜେତା ସତୀଶ କୁମାର (+୯୧ କେଜି) ୫-୦ରେ ମାଲଡୋଭାର ଜାଭାଣ୍ଟିନ ଆଲେକ୍ସେଲଙ୍କୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ସେ ଅତିକମ୍‌ରେ ଏକ ବ୍ରୋଞ୍ଜ ଜିତିବା ନିଶ୍ଚିତ କରିଛନ୍ତି। ୫୭ କେଜି ବିଭାଗରେ ମହମ୍ମଦ ହୁସାମୁଦ୍ଦିନ ମଧ୍ୟ ଜର୍ମାନୀର ଉମର ବାଜଓ୍ବାଙ୍କୁ ୫-୦ରେ ହରାଇ ସେମିରେ ପହଞ୍ଚତ୍ଛନ୍ତି। ଅନ୍ୟ ଦୁଇ ୫୭ କେଜି ବିଭାଗ ଲଢ଼େଇରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ଗୌରବ ସୋଲାଙ୍କି ସ୍ଥାନୀୟ ଖେଳାଳି ମୁରାଟ ୟିଲ୍ଡିରିମ୍‌ଙ୍କୁ ୩-୨ ଏବଂ କବିନ୍ଦର ସିଂ ଫ୍ରାନ୍ସର ସାମିଏଲ କିଷ୍ଟୋହୁରଙ୍କୁ ପରାସ୍ତ କରିଛନ୍ତି। ଗୁରୁବାର ହୋଇଥିବା ଲଢ଼େଇରେ ଅମିତ ଫଙ୍ଗାଲ ୫୨ କେଜି ବିଭାଗ ସେମିଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?