ବିଦ୍ୟୁତ୍‌ ଟାଓ୍ବାରରେ ଚଢ଼ି ଗଲେ ଯୁବକ, ଓହ୍ଲାଇବାକୁ କଲେ ନାକେଦମ

ପରଜଙ୍ଗ,୧୮।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଅନନ୍ତ ଶୟନ ନିକଟରେ ଥିବା ଅତି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ଟାଓ୍ବାର ଉପରକୁ ଜଣେ ଯୁବକ ଶନିବାର ସକାଳେ ଚଢ଼ି ଯାଇଥିଲେ। ଦୀର୍ଘ ସମୟ ଧରି ନ ଓହ୍ଲାଇବାରୁ ପୋଲିସକୁ ଖବର ଦିଆଯାଇଥିଲା। ଖବର ପାଇ ପୋଲିସ, ଅଗ୍ନିଶମ ବିଭାଗ ଓ ପରିବାରଲୋକେ ସେଠାରେ ପହଞ୍ଚି ବୁଝାସୁଝା କରିଥିଲେ ମଧ୍ୟ ସେ ଓହ୍ଲାଇ ନ ଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରାଯାଉଥିଲେ ହେଁ କିଛି ସମୟ ପରେ ସେ ନିଜେ ତଳକୁ ଆସିଥିଲେ। ଯୁବକଜଣଙ୍କ ହେଲେ ସରାଙ୍ଗ ପୁରୁଣା ସାହିର ସନାତନ ରଣାଙ୍କ ପୁଅ ସତ୍ୟବାନ ରଣା। ସତ୍ୟବାନ ଟାଓ୍ବାରରେ ଚଢ଼ି ଓହ୍ଲାଇ ନ ଥିଲେ। ଏଥିପାଇଁ ପରିବାରଲୋକଙ୍କ ସହ ଅନ୍ୟମାନଙ୍କୁ ଏଥିଲାଗି ନାକେଦମ ହେବାକୁ ପଡ଼ିଥିଲା। ଶେଷରେ ଟାଓ୍ବାରରୁ ସେ ନିଜେ ଓହ୍ଲାଇଥିଲେ। ତେବେ ସେ ବେଳେ ବେଳେ ଏଭଳି କାଣ୍ଡ ଘଟାଇ ପରିବାରଲୋକଙ୍କୁ ଚିନ୍ତାରେ ପକାଉଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri