ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା ମା’ ବ୍ରହ୍ମଦେବୀ ମନ୍ଦିର ରାସ୍ତାରେ ସନ୍ଧ୍ୟା ପ୍ରାୟ ସାଢ଼େ ୬ଟା ସମୟରେ ଘଟିଥିବା ଏହି ଅଘଟଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପରିବାରର ଅନ୍ୟ ୩ ଜଣ ସଦସ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ୧୯ ବର୍ଷୀୟ ପୁଅ ଆକାଶ ଦାସ। ଅପରପକ୍ଷେ ଗୁରୁତର ଆହତମାନେ ହେଲେ ବାପା ସନ୍ତୋଷ ଦାସ (୪୫), ବିଷ୍ଣୁ ପ୍ରିୟା ଦାସ (୩୫) ଏବଂ ଲକ୍ଷ୍ମୀ ଦାସ (୫୦)।

ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ଆକାଶ ନିଜ ଘର ଭିତରେ ବସି ବାଣ ଭିଡୁଥିଲେ (ତିଆରି କରୁଥିଲେ)। ଏହି ସମୟରେ ହଠାତ ଘର ନିକଟରେ ଥିବା ଏକ ବିଦ୍ୟୁତ୍ ଟ୍ରାନ୍ସଫର୍ମର ଉପରେ ବଜ୍ରାଘାତ ହୋଇଥିଲା। ବଜ୍ରପାତର ପ୍ରଭାବ ଏତେ ଭୟଙ୍କର ଥିଲା ଯେ ଏହା ଯୋଗୁ ଘର ଭିତରେ ରଖାଯାଇଥିବା ବାଣଗୁଡ଼ିକରେ ହଠାତ୍ ବିସ୍ଫୋରଣ ଘଟିଥିଲା।

ବାଣ ବିସ୍ଫୋରଣର ତୀବ୍ରତା ଏତେ ଅଧିକ ଥିଲା ଯେ ଆକାଶଙ୍କ ଘରର ସମସ୍ତ ଟିଣ ଛପର ଖଣ୍ଡ ଖଣ୍ଡ ହୋଇ ଆକାଶରେ ଉଡ଼ିଯାଇଥିଲା। ବିସ୍ଫୋରଣ ଯୋଗୁ ଘର ଭିତରେ ଥିବା ପରିବାରର ସମସ୍ତ ସଦସ୍ୟ ଗୁରୁତର ହୋଇ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଥିଲେ।

ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ଆକାଶ ଦାସଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୩ ଜଣ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା (MKCG)କୁ ସ୍ଥାନାନ୍ତର କରାଯାଇଛି।

ଏହି ସୂଚନା ପାଇବା ପରେ ପାଟପୁର ଥାନା ପୋଲିସର ଏକ ଟିମ୍ ସିଙ୍ଗପୁର ଗ୍ରାମରେ ପହଞ୍ଚି ଘଟଣାସ୍ଥଳର ଛାନଭିନ୍ ଆରମ୍ଭ କରିଛି। ଏହା ସହିତ ପୋଲିସ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତ ଆକାଶଙ୍କ ଶବକୁ ଜବତ କରିବା ସହ ଘଟଣାର ଆଇନଗତ ତଦନ୍ତ ଚଳାଇଛି। ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?