ବସିଥିବା ବେଳେ ପୁଅକୁ ଧକ୍କାଦେଲା ପିକଅପ୍‌ ମେଡିକାଲରେ ଗଲାଜୀବନ: ରାଜପଥରେ ୨୬ରେ ଜଳୁଛି ନିଆଁ

କେସିଙ୍ଗା,୧୧।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ସୁକୁନାଭଟା ଗ୍ରାମ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ଗ୍ରାମର ଶ୍ରୀକାନ୍ତ ସାହୁଙ୍କ ପୁଅ ନରସିଂହ ସାହୁ(୧୭)ରାତିରେ ଜାତୀୟ ରାଜପଥର ଏକ ପୋଲରେ ବସିଥିବା ବେଳେ କେସିଙ୍ଗାରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ ଅଜଣା ପିକଅପ ଭ୍ୟାନ ବୁଲାଣିରେ ଭାରସାମ୍ୟ ହରାଇ ଛାତ୍ର ନରସିଂହଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଏହି ଖବର ପରିବାର ଓ ଗ୍ରାମବାସୀ ଜାଣିଲା ପରେ ନରସିଂହଙ୍କୁ ଗୁରୁତର ଅବସ୍ଥାରେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପ୍ରାଥମିକଚିକିତ୍ସା ପରେ ଅବସ୍ତା ଅତି ସଙ୍କଟାପନ୍ନ ହେବାରୁ ତାଙ୍କୁ ଭବାନୀପାଟଣାକୁ ସ୍ଥାନାନ୍ତରିତ କରା ଯାଇଥିଲା। ସେଠାରେ ଡାକ୍ତର ନରସିଂହଙ୍କୁ ମୃତ ଘୋଷଣା କରିବା ପରେ ସୋମବାର ସକାଳେ ପରିବାର ବର୍ଗ ଜାତୀୟ ରାଜପଥ ୨୬ ଉପରେ ମୃତଦେହ ରଖି କେସିଙ୍ଗାରୁ-ବଲାଙ୍ଗୀରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଖବର ପାଇ କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ, କେସିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାମଣା କରିଥିଲେ। ଜାତୀୟ ରାଜପଥର ଉଭୟ ପଟେ ରାସ୍ତା ଅବରୋଧ କରାଯାଇ ଥିବାରୁ ଅନେକ ସରକାରୀ ବସ୍‌, ବିଭିନ୍ନ ଯାନବାହନ ଅଟକି ରହିଥିଲା।
ଏସଂକ୍ରାନ୍ତରେ କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନଙ୍କୁ ପଚାରିବାରୁ ବୁଝାମଣା ପରେ ପରିବାରବର୍ଗଙ୍କୁ ଘଟଣାସ୍ଥଳରେ ୧୦ହଜାର ଦିଆ ଗଲା ଆସନ୍ତାକାଲି ପୁଣି ୧୦ ହଜାର ଦିଆ ଯିବ, ବର୍ତ୍ତମାନ ସମସ୍ତ ଯାନବାହନ ଚଳାଚଳ ଠିକ ଭାବେ ହେଉଛି ବୋଲି ପ୍ରକାଶ କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?