ଏମିତି ରିପୋର୍ଟିଂ କଲେ କୁନି ଶିଶୁ, ଖୁସିରେ ଭିଡିଓ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୨ା୮: ମଣିପୁରର ଜଣେ କୁନି ଶିଶୁଙ୍କ ଭିଡିଓ ଭାଇରାଲ ହେଉଛି। ଏହି ଶିଶୁ ଜଣକ ରିପୋର୍ଟିଂ କରୁଥିବା ଦେଖିବାକୁ ମିଳିଛି। ଭାଇରାଲ ଭିଡିଓରେ ମଣିପୁରର ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ଗସ୍ତ ସମୟରେ ଶିଶୁ ଜଣକ ରିପୋର୍ଟିଂ କରୁଛନ୍ତି।

କରୋନା ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀ ସେନାପତି ଜିଲାରେ ଅକ୍ସିଜେନ ପ୍ଲାଣ୍ଟର ଉଦ୍‌ଘାଟନ କରିବା ପାଇଁ ପହଞ୍ଚିଥିଲେ। ଏହି ସମୟରେ ଛୋଟ ଶିଶୁଟି ରିପୋର୍ଟିଂ କରିଥିଲେ। ଯେଉଁ ଭିଡିଓଟି ଖୁବ୍‌ ଭାଇରାଲ ହେଉଛି।

ମୁଖ୍ୟମନ୍ତ୍ରୀ ନିଜେ ଏହି ରିପୋର୍ଟିଂ ଭିଡିଓର ଏକ ଶର୍ଟ କ୍ଲିପ୍‌କୁ ଟୁଇଟ୍‌ କରି ପିଲାଟିକୁ ପ୍ରଶଂସା କରିଛନ୍ତି। ଭିଡିଓରେ ଶିଶୁ ଜଣକ ସାମ୍ବାଦିକ ଭୂମିକା ତୁଲାଉଥିବା ନଜର ଆସିଛନ୍ତି। ଏକ କୋଠା ଛାତରେ ଠିଆ ହୋଇ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟର ଟିକ୍‌ନିକ୍‌ ରିପୋର୍ଟିଂ କରୁଥିବା ଦେଖିବାକୁ ମିଳିଛି।

ଭାଇରାଲ ଭିଡିଓରେ ପିଲାଟି ଏକ ଟି-ଶର୍ଟ ପିନ୍ଧି ଛାତ ଉପରେ ଠିଆ ହୋଇଛନ୍ତି। ତଳେ କିଛି ଦୂରରେ ଏକ ହେଲିକପ୍ଟର ମଧ୍ୟ ପଡ଼ିଆରେ ଲ୍ୟାଣ୍ଡିଂ କରିଥିବା ଦେଖିବାକୁ ମିଳିଛି। ଏହି ଘଟଣାକୁ ପିଲାଟି ନିଜ ଢଙ୍ଗରେ ରିପୋର୍ଟିଂ କରୁଛନ୍ତି। ଜଣେ ବଡ଼ ରିପୋର୍ଟର ପରି ସେ ରିପୋର୍ଟିଂ କରୁଛନ୍ତି। ସେ ଏହି ରିପୋର୍ଟିରେ କହୁଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଅପେକ୍ଷାରେ ବହୁତ ଗାଡ଼ି ରହଛି। ଆମର ମୁଖ୍ୟମନ୍ତ୍ରୀ ଅକ୍ସିଜେନ ପ୍ଲାଟର ଉଦ୍‌ଘାଟନ କରିବାକୁ ଆସିଛନ୍ତି। ପିଲାଟି ନିଜ ଢଙ୍ଗରେ ପୂରା ଘଟଣାର ରିପୋର୍ଟିଂ କରୁଛନ୍ତି।

ମୁଖ୍ୟମନ୍ତ୍ରୀ ନିଜର ଟୁଇଟର ଆକାଉଣ୍ଟରେ ଏହି କୁନି ଶିଶୁର ଭିଡିଓ ଶେୟାର କରିଛନ୍ତି। ମୁଖ୍ୟମନ୍ତ୍ରୀ ଏଥିରେ କ୍ୟାପଶନ ଲେଖିଛନ୍ତି, ସେନାପତିରେ ମୋର ଯୁବ ବନ୍ଧୁଙ୍କୁ ଦେଖନ୍ତୁ। ଯିଏ ସେନାପତି ଜିଲା ଡାକ୍ତରଖାନାରେ ପିଏସ୍‌ଏ ଅମ୍ଳଜାନ କାରଖାନାର ଉଦ୍‌ଘାଟନ ପାଇଁ ଜିଲା ଗସ୍ତ ବିଷୟରେ ସୂଚନା ଦେଉଥିଲେ।

ଭିଡିଓଟିକୁ ସୋସିଆଲ ମିଡିଆରେ ବର୍ତ୍ତମାନ ସୁଦ୍ଧା ୫୦ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। ୟୁଜରମାନେ ମଧ୍ୟ ବେଶ୍‌ ଭଲ କମେଣ୍ଟ ସବୁ ଦେଇଛନ୍ତି। କେହି କେହି ଶିଶୁଟିକୁ ଜଣେ ବଡ଼ ରିପୋର୍ଟର କହିଥିବା ବେଳେ ଆଉ କେହି ତାଙ୍କର ଆତ୍ମବିଶ୍ୱାସକୁ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri