ଜେଜେ ମା’ଙ୍କୁ ଅଣ୍ଡା ଆଣିବାକୁ କହି ପିନ୍ଧା ଲୁଙ୍ଗିରେ ଝୁଲିପଡ଼ିଲେ

ଗଞ୍ଜାମ,୧।୨(ଡି.ଏନ୍‌.ଏ.): ଗଞ୍ଜାମ ଥାନା ବନ୍ଦର ସାହିରେ ଜଣେ ଯୁବକ ଘର ପାଇଖାନାରେ ପିନ୍ଧା ଲୁଙ୍ଗିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସୁମୂନାଥ ଗୌଡ଼(୨୩)। ଖବର ପାଇ ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ, ସେକେଣ୍ଡ ଅଫିସର ଅଜିତ କୁମାର ପରିଡl, ମହିଳା ଏସ୍‌ଆଇ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଝୁଲନ୍ତା ଅବସ୍ଥାରେ ମୃତଦେହ ଜବତ କରିଛନ୍ତି। ଏଥିସହ ଛତ୍ରପୁର ସାଇଣ୍ଟିଫିକ ଟିମ ମଧ୍ୟ ପହଞ୍ଚି ଘଟଣାର ଛାନଭିନ୍‌ ଆରମ୍ଭ କରିଛି। ତେବେ ଖବର ଲେଖାଯିବା ପର୍ଯ୍ୟନ୍ତ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ିନାହିଁ । ମୃତ ଯୁବକଜଣଙ୍କ ବାଙ୍ଗାଲୋରରେ ସିକ୍ୟୁରିଟି ଭାବେ କାର୍ଯ୍ୟ କରୁଥିଲେ। ସୋମବାର ସେ ଘରକୁ ଆସିଥିଲେ । ତାଙ୍କ ମା’ବାପାଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଘରେ ଜେଜେମା ଓ ଜଣେ ଅବିବାହିତ ଭଉଣୀ ଅଛନ୍ତି । ଜେଜେ ମା’ଙ୍କୁ ଅଣ୍ଡା ଆଣିବାକୁ କହି ପାଇଖାନାକୁ ଯାଇ ସେ ଆତ୍ମହତ୍ୟା କରିଥିବା ଜେଜେମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l ଗଞ୍ଜାମ ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଛତ୍ରପୁର ପଠାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?