ସମସ୍ୟା ସମାଧାନ ନ ହେଲେ ଭୋଟ ବର୍ଜନ

ସାରସକଣା,୧୯ା୧(ଡି.ଏନ.ଏ.) – ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଭୂରୁଷାଣି ପଞ୍ଚାୟତ ଅନ୍ତର୍ଗତ ମାଗ୍‌ତାଡିହି ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି। ପ୍ରଶାସନିକ ଅବହେଳା କାରଣରୁ ଆଦିବାସୀ ଅଧ୍ୟୁଷିତ ଏହି ଗାଁରେ ବିକାଶ ଅପହଞ୍ଚ ହୋଇପଡ଼ିଛି। ଏଠାରେ ବସବାସ କରୁଥିବା ପ୍ରାୟ ୨୫ଟି ପରିବାର ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ଓ ବିଦ୍ୟୁତ୍‌ ସେବା ଭଳି ମୌଳିକ ସୁବିଧା ପାଇପାରୁ ନାହାନ୍ତି। ଭଲ ରାସ୍ତା ଖଣ୍ଡେ ନ ଥିବାରୁ ଜରୁରୀକାଳୀନ ସମୟରେ ଆମ୍ବୁଲାନ୍ସ ଓ ଦମକଳ ଗାଡ଼ି ଗାଁ ଭିତରକୁ ପଶିପାରେ ନାହିଁ। ଏନେଇ ଗ୍ରାମବାସୀ ଅନେକଥର ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳି ପାରିନାହିଁ। ଗାଁରେ ଲାଗି ରହିଥିବା ସମସ୍ୟାର ତୁରନ୍ତ ସମାଧାନ ନ ହେଲେ ପଞ୍ଚାୟତ ନିର୍ବାଚନରେ ଭୋଟବର୍ଜନ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
କାର୍ଯ୍ୟାଳୟଠାରୁ ପ୍ରାୟ ୮କି.ମି ଦୂର ଏହି ଗାଁକୁ ଆସିବାକୁ ହେଲେ ନୁହାମାଳିଆ ଓ ଖଡିଆଶୋଳ ଗାଁ ବାଟେ କଚ୍ଚା ରାସ୍ତା ଦେଇ ଜଙ୍ଗଲ ପାରିହେବାକୁ ପଡ଼ିଥାଏ। କମ୍‌ ସଂଖ୍ୟକ ଛାତ୍ରୀଛାତ୍ର ଥିବା କାରଣରୁ ଏହି ଗ୍ରାମରେ ଖୋଲା ଯାଇଥିବା ପ୍ରାଥମିକ ବିଦ୍ୟାଳୟ ଦୁଇ ବର୍ଷ ହେଲା ବନ୍ଦ ରହିଛି। ଗ୍ରାମରୁ ୫କି.ମି. ଦୂରରେ ସରକାରୀ ପ୍ରାଥମିକ ବିଦ୍ୟାଳୟ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ରହିଥିଲେ ମଧ୍ୟ ଏତେ ଦୂରକୁ ଯାତାୟତ ସମ୍ଭବ ହୋଇପାରୁ ନ ଥିବାରୁ ପିଲାମାନେ ସେଠାକୁ ପଢ଼ିବାକୁ ଯାଇ ପାରୁନାହାନ୍ତି। ଗ୍ରାମର ଅଧିକାଂଶ ଲୋକ ଦିନ ମଜୁରିଆ। ସକାଳେ କାମକୁ ଯାଇ ସନ୍ଧ୍ୟାରେ ଫେରନ୍ତି। ଫଳରେ ପିଲାମାନଙ୍କୁ ସ୍କୁଲ କିମ୍ବା ଅଙ୍ଗନଓ୍ବାଡି ନେଇ ଛାଡ଼ି ପାରନ୍ତି ନାହିଁ ବୋଲି ଗ୍ରାମର ମଙ୍ଗଲସିଂ,ଦଶରଥ ସିଂ,ରାମ ସିଂ ଓ ସର୍ବେଶ୍ୱର ସିଂ ପ୍ରମୁଖ କହିଛନ୍ତି। ପାଇପ ଜଳ ଯୋଗାଣ ବ୍ୟବସ୍ଥା କରାଯାଇ ନ ଥିବାରୁ ଗ୍ରାମର ମହିଳାମାନେ ଏବେବି ଚୁଆ ଖୋଳି ପିଇବା ପାଣି ସଂଗ୍ରହ କରୁଛନ୍ତି। ପିଲାଙ୍କ ଶିକ୍ଷାଦାନ ସମ୍ପର୍କରେ ସାରସକଣା ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରିଣୀ ରାସମଣି ନାଏକଙ୍କୁ ପଚାରିବାରୁ ଏହି ବ୍ଲକରେ ମୁଁ ନୂତନ ଭାବେ ଯୋଗଦେଇଛି। ତେଣୁ ଏବିଇଓଙ୍କୁ ପଚାରିଲେ ସେ ଏବାବଦରେ କହିପାରିବେ ବୋଲି ସେ କହିଛନ୍ତି। ବିଡିଓ କରୁଣାକର ଧିଣ୍ଡାଙ୍କୁ ପଚାରିବାରୁ ପାନୀୟଜଳ ଏବଂ ରାସ୍ତା ପାଇଁ ମୁଁ ପଦକ୍ଷେପ ନେବି ଏବଂ ପିଲାମାନଙ୍କ ଶିକ୍ଷାଦାନ ବାବଦରେ ଏବିଇଓଙ୍କୁ କହି ବ୍ୟବସ୍ଥା କରିବି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri