Posted inଜାତୀୟ

ପୋଲିସ ହାତରେ ରିଅଲ ଲାଇଫ୍‌ର ବଣ୍ଟି ଓ ବବ୍‌ଲି

ନୂଆଦିଲ୍ଲୀ,୧୭।୪: ଫିଲ୍ମରେ ବଣ୍ଟି ଓ ବବ୍‌ଲି କଥା ଆପଣଙ୍କ ମନେଥିବ। ସେମାନେ କେଉଁଭଳି ଚୋରି କରି ପୋଲିସକୁ ଚକ୍‌ମା ଦେବା ସହ ମୁଣ୍ଡବ୍ୟଥାର କାରଣ ପାଲଟିଥିଲେ। ସେହିପରି ନୂଆଦିଲ୍ଲୀରେ ଜଣେ ବଣ୍ଟି ଓ ବବ୍‌ଲିକୁ ପୋଲିସ ଧରିବାରେ ସଫଳ ହୋଇଛି। ଅଭିଯୁକ୍ତ ଦୁଇଜଣ ହେଲେ ଅମଜଦ ଓ ରେଶମା। ଦିଲ୍ଲୀର ନନ୍ଦ ନଗର ଅଞ୍ଚଳରେ ଦୈନିକ ଏହି ଦୁଇଜଣ ଚୋରି ଓ ଲୁଟପାଟ କରିଥାନ୍ତି। ଅମଜଦ ବାଇକ୍‌ ଚଲାଉଥିବା ବେଳେ ରେଶମା ମହିଳାଙ୍କଠାରୁ ଚେନ୍‌ ଲୁଟ୍‌ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥାନ୍ତି। ଫଳରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହେବା ସହ ପୋଲିସଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଥିଲା। ଏପ୍ରିଲ ୧୫ରେ ଅମଜଦ ଓ ରେଶମା ବାଇକ୍‌ରେ ନିଜର ଶିକାର ପାଇଁ ବାହାରିଥିବା ବେଳେ ଘଟଣା କିଛି ଅଲଗା ହୋଇଥିଲା। ରେଶମା ଜଣେ ମହିଳାଙ୍କ ଚେନ୍‌ ଟାଣିବା ପାଇଁ ଉଦ୍ୟମ କରୁଥିବା ବେଳେ ବାଇକ୍‌ରୁ ଖସିପଡ଼ିଥିଲେ। ଏହାପରେ ସ୍ଥାନୀୟ ଲୋକେ ତାଙ୍କୁ କାବୁ କରି ପୋଲିସକୁ ଦେଇଥିଲେ। ହେଲେ ଘଟଣାସ୍ଥଳରୁ ଅଭିଯୁକ୍ତ ଅମଜଦ ଫେରାର ହୋଇଯାଇଥିଲେ। ପୋଲିସ ରେଶମାଙ୍କୁ ପଚରାଉଚରା କରିବା ପରେ ତାଙ୍କ ବନ୍ଧୁ ଅମଜଦଙ୍କୁ ଗିରଫ କରିବାରେ ସଫଳ ହୋଇଛି। ପୋଲିସ ସେମାନଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନାଯୋଗ୍ୟ, ଅମଜଦଙ୍କ ନଁାରେ ପୂର୍ବରୁ ଆପରାଧିକ ମାମଲା ରହିଛି। କିଛି ବର୍ଷ ପୂର୍ବରୁ ଦିଲ୍ଲୀରେ ଅମଜଦ ଓ ରେଶମା ଦେଖାହେବା ପରେ ତାଙ୍କ ଭିତରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଏହାପରେ ଏହି ଯୋଡ଼ି ଲୁଟ୍‌ପାଟ କରିବା ସହ ଦିଲ୍ଲୀରେ ଆତଙ୍କ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ଶ୍ବଶୁର ଘରୁ ମିଳିଥିବା ସମ୍ପତ୍ତି ଉପରେ ନାହିଁ ଜ୍ବାଇଁଙ୍କ ଅଧିକାର, ପ୍ରକୃତ ଉତ୍ତରାଧିକାରୀ କିଏ ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୩୧ା୩: ଶାଶୁଘର ସମ୍ପତ୍ତି ଉପରେ ଜ୍ବାଇଁର କୌଣସି ଅଧିକାର ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଯଦି ଜଣେ ହିନ୍ଦୁ ମହିଳା…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri