ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ମହିଳାଙ୍କୁ ତାଙ୍କ ପ୍ରେମିକ ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତଙ୍କର ସନ୍ଦେହ ଥିଲା ଯେ ମହିଳା ଅନ୍ୟ ଜଣେ ଯୁବକଙ୍କ ସହ ସମ୍ପର୍କରେ ଥିଲେ ।

ମୃତକଙ୍କ ପରିଚୟ ବିଷ୍ଣୁମାୟା ବୋଲି ଜଣାପଡ଼ିଛି। ପୋଲିସ ଅନୁସାରେ, ଅଗଷ୍ଟ ୨୫ରୁ ୨୬ ତାରିଖ ମଧ୍ୟରାତିରେ ଚେମ୍ବୁରର ମୈସୁର କଲୋନୀସ୍ଥିତ ବଙ୍ଗଳା ନମ୍ବର ୫୭-ଏରେ ବିଷ୍ଣୁମାୟା ଅଚେତ ଅବସ୍ଥାରେ ମିଳିଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ ହସ୍ପିଟାଲ ନେଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାର ତଦନ୍ତ ଆରମ୍ଭ କରି ଆରସିଏଫ୍‌ ପୋଲିସ ପରିବାର ସଦସ୍ୟ ଓ ଘଟଣା ସହ ଜଡ଼ିତ ଅନ୍ୟମାନଙ୍କୁ ପଚରାଉଚରା କରିଥିଲା। ପରିସ୍ଥିତିଜନିତ ପ୍ରମାଣ ଯାଞ୍ଚ ସମୟରେ ପୋଲିସଙ୍କ ସନ୍ଦେହ ଆଶିଷ ମଗରଙ୍କ ଉପରେ ଯାଇଥିଲା।

ପୋଲିସର ଅଭିଯୋଗ ଅନୁସାରେ, ଆଶିଷ ବିଷ୍ଣୁମାୟାଙ୍କୁ ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇଥିଲେ। ତାଙ୍କର ସନ୍ଦେହ ଥିଲା ଯେ ବିଷ୍ଣୁମାୟା ଅନ୍ୟ ଜଣେ ଯୁବକଙ୍କ ସହ ପ୍ରେମ ସମ୍ପର୍କରେ ଅଛନ୍ତି। ଆଶିଷ ପ୍ରଥମେ ଘଟଣାକୁ ଭିନ୍ନ ଦିଗକୁ ନେବାକୁ ଚେଷ୍ଟା କରିଥିଲେ। ମହିଳାଙ୍କ ମୃତ୍ୟୁକୁ ସାଧାରଣ କିମ୍ବା ସ୍ୱାଭାବିକ ମୃତ୍ୟୁ ବୋଲି ଦର୍ଶାଇବାକୁ ଚେଷ୍ଟା କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri