ପ୍ରେମିକାଙ୍କୁ ତଣ୍ଟି ଚିପି ହତ୍ୟା: ପ୍ରେମିକ ଗିରଫ

ପାଟଣା,୨୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗରେ ରବିବାର ଠାକୁରମୁଣ୍ଡା ପୋଲିସ ତାଙ୍କୁ ଗିରଫ କରିଛି। ସେ ହେଲେ ପାଟଣା ମଝି ସାହିର ତପନ କୁମାର ମହାରଣା। ତପନ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ବଡ଼ ଗମ୍ଭାରୀଆ ଗାଁର ମୃଦୁହାସିନୀ ପାତ୍ରଙ୍କୁ ପ୍ରେମ କରୁଥିଲେ। କରଞ୍ଜିଆ ଏସ୍‌ଡିପିଓ ସୁଦର୍ଶନ ଗଙ୍ଗେଇଙ୍କ ସୂଚନା ଅନୁଯାୟୀ, ମୃଦୁହାସିନୀ ପାଟଣା ବଜାରରେ ଥିବା ଏକ ଡ୍ରେସ ଦୋକାନକୁ ଡିସେମ୍ବରରେ ମାର୍କେଟିଙ୍ଗ କରିବାକୁ ଆସିଥିବା ବେଳେ ତାଙ୍କର ତପନଙ୍କ ସହ ଦେଖାହୋଇଥିଲା। ତପନ ବିବାହିତ ଥିବାରୁ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବାକୁ ମୃଦୁହାସିନୀ ଚାପ ପକାଉଥିଲେ। ଗତ୧୯ ତାରିଖରେ ଠାକୁରମୁଣ୍ଡା ଥାନା ଅଞ୍ଚଳର ଭୀମକୁଣ୍ଡ ରାସ୍ତା ଖଣ୍ଡବନ୍ଧ ଗାଁ ଜଙ୍ଗଲରୁ ମୃଦୁହାସିନୀଙ୍କ ମୃତଦେହ ଜବତ ହୋଇଥିଲା। ଠାକୁରମୁଣ୍ଡା ଥାନା ଅଧିକାରୀ ପ୍ରେମଦା ନାଏକ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଗତ ୧୮ ତାରିଖରେ ଚୁନିରେ ତଣ୍ଟି ଚିପି ହତ୍ୟା କରିଥିବା ତପନ ପୋଲିସ ସମ୍ମୁଖରେ ସ୍ବୀକାର କରିଛନ୍ତି। ପୋଲିସ ଏନେଇ ଏକ ହତ୍ୟାଜନିତ (ନଂ.୧୨/୨୨) ମାମଲା ରୁଜୁ କରି ସୋମବାର ତପନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri