ପ୍ରେମିକାଙ୍କୁ ତଣ୍ଟି ଚିପି ହତ୍ୟା: ପ୍ରେମିକ ଗିରଫ

ପାଟଣା,୨୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗରେ ରବିବାର ଠାକୁରମୁଣ୍ଡା ପୋଲିସ ତାଙ୍କୁ ଗିରଫ କରିଛି। ସେ ହେଲେ ପାଟଣା ମଝି ସାହିର ତପନ କୁମାର ମହାରଣା। ତପନ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ବଡ଼ ଗମ୍ଭାରୀଆ ଗାଁର ମୃଦୁହାସିନୀ ପାତ୍ରଙ୍କୁ ପ୍ରେମ କରୁଥିଲେ। କରଞ୍ଜିଆ ଏସ୍‌ଡିପିଓ ସୁଦର୍ଶନ ଗଙ୍ଗେଇଙ୍କ ସୂଚନା ଅନୁଯାୟୀ, ମୃଦୁହାସିନୀ ପାଟଣା ବଜାରରେ ଥିବା ଏକ ଡ୍ରେସ ଦୋକାନକୁ ଡିସେମ୍ବରରେ ମାର୍କେଟିଙ୍ଗ କରିବାକୁ ଆସିଥିବା ବେଳେ ତାଙ୍କର ତପନଙ୍କ ସହ ଦେଖାହୋଇଥିଲା। ତପନ ବିବାହିତ ଥିବାରୁ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବାକୁ ମୃଦୁହାସିନୀ ଚାପ ପକାଉଥିଲେ। ଗତ୧୯ ତାରିଖରେ ଠାକୁରମୁଣ୍ଡା ଥାନା ଅଞ୍ଚଳର ଭୀମକୁଣ୍ଡ ରାସ୍ତା ଖଣ୍ଡବନ୍ଧ ଗାଁ ଜଙ୍ଗଲରୁ ମୃଦୁହାସିନୀଙ୍କ ମୃତଦେହ ଜବତ ହୋଇଥିଲା। ଠାକୁରମୁଣ୍ଡା ଥାନା ଅଧିକାରୀ ପ୍ରେମଦା ନାଏକ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଗତ ୧୮ ତାରିଖରେ ଚୁନିରେ ତଣ୍ଟି ଚିପି ହତ୍ୟା କରିଥିବା ତପନ ପୋଲିସ ସମ୍ମୁଖରେ ସ୍ବୀକାର କରିଛନ୍ତି। ପୋଲିସ ଏନେଇ ଏକ ହତ୍ୟାଜନିତ (ନଂ.୧୨/୨୨) ମାମଲା ରୁଜୁ କରି ସୋମବାର ତପନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri