ବଳାତ୍କାର, ହତ୍ୟା ଅଭିଯୋଗରେ ପ୍ରେମିକ ଗିରଫ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟ ନିକଟ ପ଼ଡ଼ିଆରୁ ଜଣେ ମହିଳାଙ୍କ ମୃତଦେହ ଜବତ ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ମହିଳାଙ୍କୁ ବଳାତ୍କାର ପରେ ଓଢ଼ଣିରେ ତଣ୍ଟିଚିପି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ପରେ ତାଙ୍କ ପ୍ରେମିକଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେ ହେଲେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଲୋକନାଥ ପୃଷ୍ଟି ଓରଫ ବଳିଆ। ଅଭିଯୁକ୍ତ ଲୋକନାଥଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
ପୋଲିସ ସୂଚନା ଅନୁଯାୟୀ, ମୃତା ମହିଳା ଜଣଙ୍କ ଘର ପୁରୀ ଜିଲାରେ ହୋଇଥିବା ବେଳେ ସେ ରଘୁନାଥପୁର ଅଞ୍ଚଳରେ ଭଡ଼ାଘରେ ରହି ବିଭିନ୍ନ ଆପାର୍ଟମେଣ୍ଟରେ ଘରୋଇ କାମ କରୁଥିଲେ। ଅଭିଯୁକ୍ତ ଲୋକନାଥ ମଧ୍ୟ ସେହି ଅଞ୍ଚଳରେ ରହି ଶ୍ରମିକ ଭାବେ କାମ କରୁଥିଲେ। ତେବେ ଉଭୟ ୭ ମାସ ହେଲା ପରସ୍ପରକୁ ଚିହ୍ନିଥିଲେ ଏବଂ ସେମାନଙ୍କ ମଧ୍ୟରେ ପ୍ରେମସମ୍ପର୍କ ରହିଥିଲା। ଫେବୃୟାରୀ ୧୭ ଭୋର ପ୍ରାୟ ୫ଟା ୩୦ ବେଳେ ଉଭୟ ଘଟଣାସ୍ଥଳକୁ ଯାଇଥିଲେ। ତେବେ ସେଠାରେ କୌଣସି କାରଣକୁ ନେଇ ବଚସା ହେବା ପରେ ଲୋକନାଥ ଉକ୍ତ ମହିଳାଙ୍କ ଏକ ଓଢ଼ଣିରେ ତଣ୍ଟି ଚିପି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ପରେ ପ୍ରମାଣ ଲୁଚାଇବା ଉଦ୍ଦେଶ୍ୟରେ ମୃତଦେହକୁ ଲୋକନାଥ ନିକଟସ୍ଥ ପାଚେରି କଡ଼ରେ ଫୋପାଡ଼ି ଦେଇ ପଳାଇଥିଲେ। ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଅଞ୍ଚଳର କୃଷ୍ଣଚନ୍ଦ୍ର ମାଝି ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ ଅପମୃତ୍ୟୁ ମାମଲା (ନଂ.୧/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତେବେ ପୋଷ୍ଟମର୍ଟମ ଓ ସାଇଣ୍ଟିଫିକ୍‌ ରିପୋର୍ଟରେ ମହିଳାଙ୍କୁ ବଳାତ୍କାର କରି ହତ୍ୟା କରାଯାଇଥିବା ଜଣାପଡ଼ିଥିଲା। ଏ ନେଇ ପୋଲିସ ଆଇପିସି ଦଫା ୩୭୬, ୩୦୨ରେ ଏକ ହତ୍ୟା ମାମଲା (ନଂ. ୪୬/୨୦୨୩) ରୁଜୁ କରି ତଦନ୍ତ ଚଳାଇ ଲୋକନାଥ ସମ୍ପୃକ୍ତ ଥିବା ଜଣାପଡ଼ିଥିଲା। ଶୁକ୍ରବାର ନନ୍ଦନକାନନ ଅଞ୍ଚଳରେ ସେ ବୁଲୁଥିବା ବେଳେ ପୋଲିସ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?