ପ୍ରେମିକାଙ୍କୁ ଏସିଡ୍‌ ମାଡ଼ କରିଥିବା ପ୍ରେମିକ ଧରାପଡ଼ିଲେ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଅଗଷ୍ଟ ୧୧ତାରିଖରେ ରାଜଧାନୀରେ ଜଣେ ଯୁବତୀଙ୍କୁ ଏସିଡ୍‌ ମାଡ଼ କରି ପ୍ରେମିକ ଫେରାର ହୋଇଯାଇଥିଲେ। ଏହି ଘଟଣାର ଦେଢମାସ ପରେ ଅଭିଯୁକ୍ତ ପ୍ରେମିକଙ୍କୁ ଧଉଳି ଥାନା ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେ ହେଲେ ପୁରୀ ଜିଲା ନିମାପଡ଼ା ଥାନା ଚଅଁରାପଡ଼ା ଗ୍ରାମର ପାପୁନି ରାଉତ(୨୨)। ଜାମିନ୍‌ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଜେଲ ହାଜତକୁ ପଠାଇଦିଆଯାଇଛି।

ପୋଲିସ ସୂଚନା ମୁତାବକ, ଅଭିଯୁକ୍ତ ପାପୁନି ପିପିଲି ଅଞ୍ଚଳର ଜଣେ ଯୁବତୀଙ୍କୁ ୨୦୧୯ରେ ନୋଟାରୀଙ୍କ ନିକଟରେ ବିବାହ କରିଥିଲେ। ବିବାହ ପରେ ଦୁହେଁ ଏକତ୍ର ନ ରହି ନିଜ ନିଜ ଘରେ ରହୁଥିଲେ। ହେଲେ ଯୁବତୀ ଜଣକ ପପୁଙ୍କ ସାଙ୍ଗରେ ରହିବାକୁ ଜିଦ୍‌ ଧରିଥିଲେ। ପପୁ କିଛି ନା କିଛି ବାହାନା କରି ଦିନ ଗଡାଇ ଚାଲିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ପାଟୁତୁଣ୍ଡ ହେଉଥିଲା। ତେଣୁ ପାପୁନି ଯୁବତୀଙ୍କୁ ଏସିଡ୍‌ ପକାଇବାକୁ ଯୋଜନା କରିଥିଲେ।

ଯୋଜନା ମୁତାବକ, ଅଗଷ୍ଟ ୧୧ରେ ବିବାହ ବିଷୟରେ ଆଲୋଚନା କରିବାକୁ ପାପୁନି ଯୁବତୀଙ୍କୁ ଧଉଳୀ ପାହାଡକୁ ଡକାଇଥିଲେ। ଯୁବତୀ ଜଣକ ତାଙ୍କର ଜଣେ ସାଙ୍ଗଙ୍କ ସହ ଧଉଳିରେ ପହଞ୍ଚିଥିଲେ। ସେମାନେ ବିବାହ ସଂକ୍ରାନ୍ତରେ ଆଲୋଚନା କରୁଥିବା ବେଳେ, ଯୁବତୀ ଜଣକ ଅଲଗା ଜାତିର ହୋଇଥିବାରୁ ପାପୁନି ତାଙ୍କୁ ଘରକୁ ନେବା ପାଇଁ ମନା କରିଦେଇଥିଲେ। ଏନେଇ ତାଙ୍କ ମଧ୍ୟରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏହି ସମୟରେ ପାପୁନି ପାଖରେ ରଖିଥିବା ଏସିଡ୍‌କୁ ଯୁବତୀଙ୍କୁ ମୁହଁକୁ ଛାଟିଦେଇ ଫେରାର ହୋଇଯାଇଥିଲେ। ଏସିଡ୍‌ ମାଡରେ ଯୁବତୀଙ୍କ ମୁହଁର ବାମପଟ ସାମାନ୍ୟ ଜଳିଯାଇଥିଲା। ଉପସ୍ଥିତ ଥିବା ସାଙ୍ଗ ତାଙ୍କୁ ଉଦ୍ଧାର କରି ତୁରନ୍ତ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲ ଭର୍ତ୍ତି କରିଥିଲେ। ପରେ ସେ ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୧୨୧/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri