ନାବାଳିକା ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କଲା ପ୍ରେମିକ: ଆଉ ତା’ପରେ…

ନୟାଗଡ଼,୧୫।୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ଜଣକ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କରିଥିବା ଜଣାପଡିଛି। ଏପରିକି ପ୍ରେମିକ ଜଣକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ପ୍ରେମିକଙ୍କ ଚିକିତ୍ସା ଚାଲିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ମିଳିଥିବା ସୂଚନା ମୁତାବକ, ପ୍ରେମିକା ଜଣକ ଦଶମ ଶ୍ରେଣୀ ଛାତ୍ରୀ। ସେ ସୋମବାର ଟ୍ୟୁଶନ ସାରି ଘରକୁ ଫେରୁଥିଲେ। ସେତିକିବେଳେ ପ୍ରେମିକଙ୍କ ସହ ଦେଖା ହୋଇଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରେ ମନୋମାଲିନ୍ୟ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରେମିକ ଜଣକ ଲୁହାର ଏକ ଫୁଙ୍କନଳୀରେ ପ୍ରେମିକାଙ୍କୁ ଆକ୍ରମଣ କରିଥିଲେ ଫଳରେ ସେ ଚେତାଶୂନ୍ୟ ହୋଇ ତଳେ ପଡିଯାଇଥିଲେ।

ପ୍ରେମିକାଙ୍କ ମୃତ୍ୟୁ ହୋଇଥିବା ଭାବି ପ୍ରେମିକ ଧରିଥିବା ବିଷ ପିଇଦେଇଥିଲେ। ପରବର୍ତ୍ତୀ ସମୟରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତିି କରାଯାଇଥିଲା। ସେଠାରେ ଡାକ୍ତର ପ୍ରମିକାଙ୍କୁ ମୃତ ଘୋଷଣା କରିଥିବା ବେଳେ ପ୍ରେମିକ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ତେଲକୁ ନେଇ ରୁଷିଆ-ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ଜୋରଦାର ଝଟ୍‌କା!

ମସ୍କୋ,୧୮।୩: ବିଶ୍ୱର ଗଭୀର ଶକ୍ତି ସଙ୍କଟ ଏବଂ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ରୁଷିଆ ପାକିସ୍ତାନ ପ୍ରତି ବନ୍ଧୁତାର ହାତ ବଢ଼ାଇଛି। ପାକିସ୍ତାନରେ…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri