ନାବାଳିକା ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କଲା ପ୍ରେମିକ: ଆଉ ତା’ପରେ…

ନୟାଗଡ଼,୧୫।୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ଜଣକ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କରିଥିବା ଜଣାପଡିଛି। ଏପରିକି ପ୍ରେମିକ ଜଣକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ପ୍ରେମିକଙ୍କ ଚିକିତ୍ସା ଚାଲିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ମିଳିଥିବା ସୂଚନା ମୁତାବକ, ପ୍ରେମିକା ଜଣକ ଦଶମ ଶ୍ରେଣୀ ଛାତ୍ରୀ। ସେ ସୋମବାର ଟ୍ୟୁଶନ ସାରି ଘରକୁ ଫେରୁଥିଲେ। ସେତିକିବେଳେ ପ୍ରେମିକଙ୍କ ସହ ଦେଖା ହୋଇଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରେ ମନୋମାଲିନ୍ୟ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରେମିକ ଜଣକ ଲୁହାର ଏକ ଫୁଙ୍କନଳୀରେ ପ୍ରେମିକାଙ୍କୁ ଆକ୍ରମଣ କରିଥିଲେ ଫଳରେ ସେ ଚେତାଶୂନ୍ୟ ହୋଇ ତଳେ ପଡିଯାଇଥିଲେ।

ପ୍ରେମିକାଙ୍କ ମୃତ୍ୟୁ ହୋଇଥିବା ଭାବି ପ୍ରେମିକ ଧରିଥିବା ବିଷ ପିଇଦେଇଥିଲେ। ପରବର୍ତ୍ତୀ ସମୟରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତିି କରାଯାଇଥିଲା। ସେଠାରେ ଡାକ୍ତର ପ୍ରମିକାଙ୍କୁ ମୃତ ଘୋଷଣା କରିଥିବା ବେଳେ ପ୍ରେମିକ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri