ରାତି ୧ଟାରେ ପ୍ରେମିକାଙ୍କ ଘରେ ପଶିଲେ ପ୍ରେମିକ: ସକାଳୁ ଘଟିଲା ଏମିତି…

ମହାକାଳପଡ଼ା, ୧୨ା୮ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନାରେ ରବିବାର ବିଳମ୍ବିତ ରାତିରେ ପ୍ରେମିକାଙ୍କ ଘରକୁ ଆସି ପ୍ରେମିକ ଫସିଛନ୍ତି। ଏହା ଜଣାପଡ଼ିବା ପରେ ଉଭୟ ପରିବାରର ସହମତିରେ ଥାନାରେ ହାତଗଣ୍ଠି ସୋମବାର ପଡ଼ିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ରଡ଼ିଆ ଗ୍ରାମର ସୁରେଶ ରାଉତଙ୍କ ପୁଅ ସୁଧାଂଶୁ ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମର ଯୁବତୀଙ୍କ ଘରେ ରବିବାର ବିଳମ୍ବିତ ରାତି ୧ଟାରେ ପଶି ପ୍ରେମିକାଙ୍କୁ ଡାକିଥିଲେ। ପରେ ପ୍ରେମିକାଙ୍କ ମା’ ଉଠି ପଡ଼ି ପାଟି କରିବାରୁ ଗ୍ରାମବାସୀ ଆସି ପ୍ରେମିକ ସୁଧାଂଶୁଙ୍କୁ ଅଟକ ରଖି ଥାନାରେ ଜିମା ଦେଇଥିଲେ। ସୋମବାର ଉଭୟପକ୍ଷଙ୍କୁ ଥାନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ର ଡକାଇ ଆଲୋଚନା କରିଥିଲେ। ସମସ୍ତଙ୍କ ଉପସ୍ଥିତିରେ ଥାନା ପରିସରରେ ଥିବା ତ୍ରିନାଥ ମନ୍ଦିରରେ ଉଭୟଙ୍କ ହାତଗଣ୍ଠି ପଡ଼ିଥିଲା। ବ୍ରାହ୍ମଣଙ୍କ ମନ୍ତ୍ର ପାଠରେ ପ୍ରେମିକ ସୁଧାଂଶୁ ପ୍ରେମିକା ପୂର୍ଣ୍ଣିମା ଜେନା (୨୦)ଙ୍କ ବେକରେ ବରଣ ମାଳା ବଦଳ କରିବା ସହ ଶଙ୍ଖା ସିନ୍ଦୁର ପିନ୍ଧାଇ ଥିଲେ। ଉଭୟ ସାତ ଜନ୍ମ ସାଥୀ ହୋଇ ରହିବେ ବୋଲି ଥାନାରେ ଉଭୟପକ୍ଷ ଲିଖିତ ସ୍ବାକ୍ଷରିତ କରିଥିଲେ। ଉଭୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କ ଥିବା କୁହାଯାଇଛି। ଏ ସଂକ୍ରାନ୍ତରେ ଆଇଆଇସି ମହାପାତ୍ରଙ୍କୁ ପଚାରିବାରେ ରବିବାର ବିଳମ୍ବିତ ରାତି ସାଢ଼େ ଗୋଟାଏରେ ସ୍ଥାନୀୟ ଜଅଁରା ଗ୍ରାମର କେତେଜଣ ଗ୍ରାମବାସୀ ପ୍ରେମୀ ଯୁଗଳଙ୍କୁ ଧରି ଥାନାରେ ପହଞ୍ଚତ୍ ଥିଲେ। ପରେ ଉକ୍ତ ଘଟଣାକୁ ନେଇ ଉଭୟ ପରିବାର ସଦସ୍ୟମାନଙ୍କ ସହମତି ପ୍ରଦାନ କରିବା ଓ ଆଇନ ଅନୁସାରେ ଲିଖିତ ସ୍ବାକ୍ଷରିତ କରିବା ପରେ ଥାନା ପରିସର ମନ୍ଦିରରେ ଯଥା ରୀତିନୀତି ଅନୁସାରେ ବିବାହ ସମ୍ପନ୍ନ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri