କାକଟପୁର,୧।୨(ଡି.ଏନ୍.ଏ.): ପ୍ରେମରେ ତିକ୍ତତା ଶେଷରେ ପୁରୀ ଜିଲା କାକଟପୁର ଅଞ୍ଚଳରେ ଜଣେ ଯୁବକଙ୍କ ଜୀବନ ଯାଇଛି। ପ୍ରେମିକାଙ୍କୁ ଲାଇଭ୍ ଭିଡିଓ କରି ପ୍ରେମିକ ଜଣକ ଆତ୍ମହତ୍ୟା କରିଥିବା ଘଟଣା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ଜଗତ୍ସିଂହପୁର ଅଞ୍ଚଳର ପ୍ରତ୍ୟୟ ଜେନା। ସେ ଦୀର୍ଘଦିନ ହେବ କାକଟପୁରରେ ରହି ଏକ ଡ୍ରେସ୍ ଦୋକାନରେ କାମ କରୁଥିଲେ। ଖବରପାଇ କାକଟପୁର ଥାନା ପୋଲିସ ପହଞ୍ଚତ୍ ପ୍ରେମିକ ପ୍ରତ୍ୟୟଙ୍କ ଝୁଲନ୍ତା ମୃତଦେହ ଜବତ କରିଥିଲେ। ପରେ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ଏ ନେଇ ପୋଲିସ ଏକ ମାମଲା ରୁଜୁ କରିଛି।
ଅନୁଯାୟୀ, ସବୁଦିନ ଭଳି ରବିବାର ରାତିରେ ଦୋକାନ ବନ୍ଦ କରି ଦୋକାନ ଉପର ଘରେ ରହୁଥିବା ନିଜ ରୁମ୍କୁ ପ୍ରତ୍ୟୟ ଚାଲିଯାଇଥିଲେ। କିନ୍ତୁ ବିଳମ୍ବିତ ରାତିରେ ନିଜ ପ୍ରେମିକାଙ୍କୁ ଭିଡିଓ କଲ୍ କରି କଥା ହେଉଥିବା ସମୟରେ କୌଣସି କଥାକୁ ନେଇ ହଠାତ ପ୍ରତ୍ୟୟ ଉତ୍ତ୍ୟକ୍ତ ହୋଇ ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। ଏହା ଦେଖି ପ୍ରେମିକା ଜଣଙ୍କ ଭିଡିଓ କଲର ସ୍କ୍ରିନସଟ ନେଇ ପ୍ରେମିକର ସାଙ୍ଗମାନଙ୍କୁ ପଠାଇ ତୁରନ୍ତ ପ୍ରତ୍ୟୟଙ୍କୁ ଉଦ୍ଧାର କରିବା ପାଇଁ ନିବେଦନ କରିଥିଲେ। ସାଙ୍ଗମାନେ ପ୍ରତ୍ୟୟଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ସୋମବାର ସକାଳେ ପ୍ରତ୍ୟୟଙ୍କ ଘର ଲୋକ ପହଞ୍ଚି ପୋଲିସକୁ ଜଣାଇବା ସହ ପୁଅ ରହୁଥିବା ରୁମ୍କୁ ଯାଇ ଡାକିଥିଲେ ମଧ୍ୟ ଶୁଣି ନ ଥିଲେ। ପରେ ପୋଲିସ ସହ ଫୋରେନସିକ ଟିମ, ପୁରୀ ଆଡିଶନାଲ ଏସ୍ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ନିମାପଡ଼ା ଏସ୍ଡିପିଓ ଦେବାଶିଷ ମିଶ୍ର, ସ୍ଥାନୀୟ ତହସିଲଦାରଙ୍କ ଉପସ୍ଥିତିରେ କବାଟ ଭଙ୍ଗାଯାଇଥିଲା। ତେବେ ପ୍ରତ୍ୟୟଙ୍କ ମୃତ୍ୟୁ ହୋଇଯାଇଥିବାରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଚାରିଛକ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆଯାଇଛି। ପରିବାର ଲୋକଙ୍କ ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଥିବା ପୁରୀ ଆଡିଶନାଲ ଏସ୍ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ କହିଛନ୍ତି।
Posted inଆମ ଜିଲା ଖବର, ପୁରୀ View All
ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ
ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…
ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…
ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…
ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…
ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…
ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ
ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…
ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍ ବଢ଼ାଉଛି ଚିନ୍ତା
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…
ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…
ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…
ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…
ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…
କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ
କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…
Archives

