ନାବାଳିକାଙ୍କୁ ଗଣବଳାତ୍କାର କଲେ ବୟଫ୍ରେଣ୍ଡ: ମୋବାଇଲରେ ଶୁଟିଂ କରୁଥିଲେ ସାଙ୍ଗ, ଆଉ ତା’ପରେ…

ବାଲେଶ୍ୱର, ୨୭।୮(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ବିଶ୍ୱାସରେ ବିଷ ଦେଇ ପୁରୁଷବନ୍ଧୁ ତାଙ୍କ ୩ଜଣ ସହଯୋଗୀଙ୍କ ସହ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଗଣବଳାତ୍କାରର ଭିଡିଓ ଭାଇରାଲ ହେବା ପରେ ନାବାଳିକାଙ୍କ ପରିବାର ଲୋକେ ଏ ସମ୍ପର୍କରେ ବସ୍ତା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ସୋମବାର ଏକ ମାମଲା (ନଂ. ୩୦୫/୨୫) ରୁଜୁ କରି ପୁରୁଷବନ୍ଧୁଙ୍କୁ ଗିରଫ କରିଛି। ଅନ୍ୟ ୩ଜଣ ନାବାଳକଙ୍କୁ ଅଟକ ରଖି ପୋଲିସ ପଚରାଉଚୁରା କରୁଛି। ମଙ୍ଗଳବାର ପୀଡ଼ିତା ନାବାଳିକା, ୩ ନାବାଳକ ଓ ଗିରଫ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ୩ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଛି। ପ୍ରକାଶ ଯେ, ୭ ମାସ ପୂର୍ବରୁ ଏହି ଘଟଣା ଘଟିଥିଲା। ବସ୍ତା ଥାନା ଅଞ୍ଚଳର ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ବୁଲାଇ ନେବା ବାହାନାରେ ତାଙ୍କର ପୁରୁଷ ବନ୍ଧୁ ଏକ ନିଛାଟିଆ ସ୍ଥାନକୁ ନେଇଥିଲେ। ସେଠାରେ ଅନ୍ୟ ୩ ସହଯୋଗୀଙ୍କୁ ଡକାଇ ସେଠାରେ ବଳାତ୍କାର କରିବା ପରେ ଏହାର ଭିଡିଓ ଓ ଫଟୋ ମୋବାଇଲରେ ଉତ୍ତୋଳନ କରିଥିଲେ। ଏ ସମ୍ପର୍କରେ କାହାରିକୁ ନ ଜଣାଇବାକୁ ଧମକ ମଧ୍ୟ ଦେଇଥିଲେ। ଜଣାଇଲେ ଭିଡିଓ ଓ ଫଟୋ ଭାଇରାଲ କରିଦେବେ ବୋଲି ତାଗିଦ୍‌ କରିଥିଲେ। ଭୟରେ ହେଉ କି ଲଜ୍ଜାରେ ନାବାଳିକା ଜଣକ ଚୁପ୍‌ ରହିଥିଲେ। ଗତ ୧୪ ତାରିଖରେ ସମ୍ପୃକ୍ତ ପୁରୁଷ ବନ୍ଧୁ ଓ ୩ ନାବାଳକ ପୁଣି ନାବାଳିକାଙ୍କୁ ଉକ୍ତ ନିଛାଟିଆ ସ୍ଥାନକୁ ଡାକିଥିଲେ। ମାତ୍ର ନାବାଳିକା ଜଣକ ଏଥିରେ ରାଜି ହୋଇ ନ ଥିଲେ। ସମ୍ପୃକ୍ତ ଅଭିଯୁକ୍ତମାନେ ନାବାଳିକାଙ୍କ ସହିତ ଘଟିଥିବା ପୂର୍ବ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଦେବାର ଧମକ ଦେଇଥିଲେ। ଏହି ଧମକ ପରେ ମଧ୍ୟ ନାବାଳିକା ଜଣକ ସେମାନଙ୍କ କଥାକୁ ଶୁଣି ନ ଥିଲେ। ପରେ ସମ୍ପୃକ୍ତ ୪ ଅଭିଯୁକ୍ତ ନାବାଳିକାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓକୁ ନାବାଳିକାଙ୍କ ଭାଇଙ୍କ ମୋବାଇଲ୍‌କୁ ପଠାଇଥିଲେ। ଏନେଇ ନାବାଳିକାଙ୍କ ଭାଇ ପରିବାର ଲୋକଙ୍କୁ ଅବଗତ କରାଇଥିଲେ। ନାବାଳିକା ଜଣକ ଘରେ ଘଟଣା ସମ୍ପର୍କରେ ସତ କଥା କହିଥିଲେ। ଏ ସମ୍ପର୍କରେ ନାବାଳିକାଙ୍କ ବାପା ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମଙ୍ଗଳବାର କୋର୍ଟରେ ନାବାଳିକାଙ୍କ ବୟାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?