Posted inଜାତୀୟ

୧୪ ଥର ଗର୍ଭପାତ କରାଇଥିଲେ ପ୍ରେମିକ

ନୂଆଦିଲ୍ଳୀ ୧୬ା୭: ପ୍ରେମିକ ଜୋରଜବରଦସ୍ତି ଗର୍ଭପାତ କରାଇବା କାରଣରୁ ଦିଲ୍ଲୀର ଜଣେ ୩୩ ବର୍ଷୀୟା ମହିଳା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଗତ ୫ ତାରିଖରେ ଜଇତପୁର ଅଞ୍ଚଳରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପୋଲିସ କହିଛି। ତାଙ୍କ ନିକଟରୁ ଏକ ସୁଇସାଇଡ ନୋଟ୍‌ ଜବତ ହୋଇଛି। ସମ୍ପୃକ୍ତା ମହିଳା ପ୍ରେମିକଙ୍କ ସହ ଲିଭ୍‌-ଇନ୍‌ରେ ରହୁଥିଲେ ଏବଂ ତାଙ୍କ ସହ ଶାରୀରିକ ସମ୍ପର୍କ ଥିବା କଥା ଉକ୍ତ ନୋଟରେ ରହିଛି।
ସୂଚନା ଅନୁସାରେ, ପ୍ରେମିକ ଜଣକ ଏକ ସଫ୍ଟଓ୍ବେର କମ୍ପାନୀରେ କାର୍ଯ୍ୟ କରନ୍ତି। ମହିଳା ଜଣକ ବିବାହିତ ହୋଇଥିବାବେଳେ ୬/୭ ବର୍ଷ ହେବ ସ୍ବାମୀଙ୍କଠାରୁ ଅଲଗା ରହୁଥିଲେ। ବିବାହ ପ୍ରତିଶ୍ରୁତି ଦେଇ ଯୁବକ ଜଣକ ତାଙ୍କ ସହ ଲିଭ୍‌-ଇନ୍‌ରେ ରହୁଥିଲେ। ସେ ଗର୍ଭବତୀ ହେବା ପରେ ପ୍ରେମିକ ବାରମ୍ବାର ତାଙ୍କ ଗର୍ଭପାତ କରାଉଥିଲେ। ପ୍ରାୟ ୧୪ ଥର ସେ ଜବରଦସ୍ତି ପ୍ରେମିକାଙ୍କ ଗର୍ଭପାତ କରାଇଥିବା ଜଣାପଡ଼ିଛି। ପରେ ଯୁବକ ଜଣକ ତାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ। ଫଳରେ ମହିଳା ଚରମ ପନ୍ଥା ଆପଣାଇଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ବଳାତ୍କାର, ଆତ୍ମହତ୍ୟା କରିବାକୁ ଉସୁକାଇବା ଅଭିଯୋଗରେ ଯୁବକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri