ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ ପୋତିଦେଇଥିଲେ। ହତ୍ୟାକାଣ୍ଡର ୨୬ ଦିନ ପରେ ରବିବାର ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି। ଅଭିଯୁକ୍ତ ପ୍ରେମିକଙ୍କୁ ଗିରଫ କରିବା ସହ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଜଙ୍ଗଲରୁ ଗଳିତ ମୃତଦେହ (କଙ୍କାଳ) ଜବତ କରିଛି। ଅଭିଯୁକ୍ତଙ୍କୁ ନେଇ ଘଟଣାର ସିନ୍‌ ରିକ୍ରିଏଶନ କରାଯାଇଛି।

ମିଳିଥିବା ସୂଚନା ମୁତାବକ, ବଡ଼ବିଲ ଥାନା ଝାଡ଼ଗଁାରେ ରହୁଥିବା ଅନିତା ମହାକୁଡ଼ ମେ ୧୧ ତାରିଖ ସାରେ ନିଖୋଜ ହୋଇଯାଇଥିଲେ। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଅନିତାଙ୍କର କୌଣସି ସନ୍ଧାନ ନ ମିଳିବାରୁ ପରିବାର ପକ୍ଷରୁ ୧୪ ତାରିଖରେ ନିଖୋଜ ରିପୋର୍ଟ ଦିଆଯାଇଥିଲା। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ଅନିତାଙ୍କ ସହ ସେହି ଗ୍ରାମର ସଂଗ୍ରାମ ଆଲ୍ଡ଼ା ନାମକ ଯୁବକଙ୍କ ପ୍ରେମ ସମ୍ପର୍କ ଥିଲା। ଅନିତା ନିଖୋଜ ହେବାପରେ ସଂଗ୍ରାମଙ୍କ ହାବଭାବ ବଦଳିଯାଇଥିଲା। ପରିବାର ଲୋକେ ଏ ନେଇ ପୋଲିସକୁ କହିଥିଲେ। ରବିବାର ପୂର୍ବାହ୍ନରେ ପୋଲିସ ସଂଗ୍ରାମଙ୍କୁ ଥାନାକୁ ଆଣି ପଚରାଉଚରା କରିବାରୁ ଅନିତା ନିଖୋଜ ହେବା ପଛର ରହସ୍ୟ ଉନ୍ମୋଚିତ ହୋଇଥିଲା।

ଅନିତାଙ୍କୁ ପ୍ରେମିକ ସଂଗ୍ରାମ ନିକଟସ୍ଥ ଜଙ୍ଗଲକୁ ସାବେଳେ ଡାକିନେଇ ତଣ୍ଟିରେ ଛୁରି ଭୁସି ହତ୍ୟା କରି ସେଠାରେ ଛାଡ଼ି ଚାଲି ଆସିଥିଲେ। ରାତିରେ ମୃତଦେହକୁ ବାଇକ୍‌ ସମ୍ମୁଖରେ ରଖି ସେଠାରୁ ପ୍ରାୟ ୪ କି.ମି. ଦୂର ସିଦ୍ଧମଠ ସଂରକ୍ଷିତ ଜଙ୍ଗଲ କୋହ୍ଲରୋଇଦା ଜଙ୍ଗଲର ଉପର ପାଶର୍‌ବରେ ଥିବା ଏକ ଖାଲରେ ପୋତି ପତ୍ରରେ ଢାଙ୍କିଦେଇଥିଲେ। ଅନିତାଙ୍କ ଓଢ଼ଣି, ଚପଲ ଓ ଏକ ଛୋଟ ବାଲଟିକୁ ଅନ୍ୟ ଏକ ଖାଲରେ ପୋତିଦେଇଥିବା ସ୍ବୀକାର କରିଥିଲେ। ପୋଲିସ ଏ ନେଇ ଦୀର୍ଘ ୨୬ ଦିନ ପରେ ଅର୍ଥାତ୍‌ ରବିବାର ପରିବାର ବର୍ଗଙ୍କଠାରୁ ଅନ୍ୟ ଏକ ଏତଲା ନେଇ ବଡ଼ବିଲ ଥାନାରେ ହତ୍ୟା ମାମଲା(ନଂ. ୨୩୯/୨୦୨୬) ରୁଜୁ କରି ସଂଗ୍ରାମଙ୍କୁ ଗିରଫ କରିଥିଲା।

ଅଭିଯୁକ୍ତଙ୍କୁ ଘଟଣାସ୍ଥଳକୁ ନେଇ ହତ୍ୟାକାଣ୍ଡର ସିନ୍‌ ରିକ୍ରିଏଶନ କରିଛି। ଏଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ ରାକେଶ ପଣ୍ଡାଙ୍କ ଉପସ୍ଥିତିରେ ଗଳିତ ମୃତଦେହ, ଓଢ଼ଣି, ଚପଲ ଓ ଛୋଟ ବାଲଟିକୁ ପୋଲିସ ଜବତ କରିଥିଲା। ପୋଲିସ ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ଅଶୋକ କୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା: ଶ୍ରଦ୍ଧାଳୁ ଆନନ୍ଦିତ

ପୁରୀ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି ପ୍ରଥମ ଆଡ଼ପ ଅବଢ଼ା। ଶହଶହ ଶ୍ରଦ୍ଧାଳୁ ଆଡ଼ପ ଅବଢ଼ା ପାଇ ଆନନ୍ଦିତ ହୋଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ…

FIFA World Cup 2026: ସମସ୍ତେ ଟ୍ରଫି ଦେଖିଛନ୍ତି… କିନ୍ତୁ ଏବେ FIFA ଚାମ୍ପିୟଙ୍କୁ ଦିଆଯିବ ଏକ ସ୍ବତନ୍ତ୍ର ‘Ring’, ଯାହାର ମୂଲ୍ୟ…

ନ୍ୟୁୟର୍କ,୧୯।୭: ମାତ୍ର କିଛି ଘଣ୍ଟା ମଧ୍ୟରେ, ଫୁଟବଲ ତାର ପରବର୍ତ୍ତୀ ବିଶ୍ୱ ବିଜେତାଙ୍କୁ ମୁକୁଟ ପିନ୍ଧାଇବ। ୧୯ ଜୁଲାଇ ବିଳମ୍ବିତ ରାତିରେ ଆର୍ଜେଣ୍ଟିନା ଏବଂ ସ୍ପେନ ମଧ୍ୟରେ…

ଉଦ୍‌ଘାଟନ ପୂର୍ବରୁ ଚକରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼, ଏବେଠୁ ସୁରକ୍ଷା ଚିନ୍ତା, ନଚେତ୍‌…

ଭଞ୍ଜନଗର,୧୯ା୭(ବାବୁଲା ପ୍ରଧାନ): ଘୁମୁସର ମାଟିରେ ଭଞ୍ଜ ରାଜବଂଶର ଯାହା କିଛି ସ୍ମୃତି ଅଛି ସେଥିମଧ୍ୟରୁ ଚକରାଘାଟି ଅନ୍ୟତମ। ଉକ୍ତ ଘଞ୍ଚ ଜଙ୍ଗଲ ଘାଟିରେ ଘୁମୁସର ବୀର ଚକରା…

୭ ଜିଲାକୁ ପ୍ରବଳ ବର୍ଷା: ସତର୍କ କରାଇ ପାଣିପାଗ ବିଭାଗ କହିଲା ଏହି ସମୟରେ…

ଭୁବନେଶ୍ୱର,୧୯ା୭: ରବିବାର ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ରାଜ୍ୟ…

ଟ୍ରମ୍ପଙ୍କ ଶୁଳ୍କ ଦ୍ୱାରା କିଏ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିଲେ? IMFର ଆଶ୍ଚର୍ଯ୍ୟଜନକ ରିସର୍ଚ୍ଚ ଆସିଲା ସାମ୍ନାକୁ

ଓ୍ବାଶିଂଟନ,୧୯।୭: ଅର୍ଥନୀତିଜ୍ଞ ଏବଂ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF)ର ପୂର୍ବତନ ଉପ-ପରିଚାଳନା ନିର୍ଦ୍ଦେଶକ ଗୀତା ଗୋପୀନାଥ କହିଛନ୍ତି ଯେ ଆମେରିକାର ଶୁଳ୍କର ପରିଣାମ ଆମେରିକୀୟ ଗ୍ରାହକମାନଙ୍କ ପାଇଁ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ସୋମବାର ସମସ୍ତ ସ୍କୁଲ ଛୁଟି

ଥିରୁଭାନନ୍ତପୁରମ,୧୯ା୭: ରବିବାର ଫିଫା ବିଶ୍ବକପର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି । ଏହାକୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରି ରହିଥିବା ବେଳେ କେରଳ ସରକାର…

ଘରକୁ ଫେରିବାବେଳେ ହାତୀ ହାବୁଡ଼ରେ ପଡ଼ିଗଲେ, ଶୁଣ୍ଢରେ ଟେକି ବିଲରେ କଚାଡ଼ିଲା, ଆଉ ତା’ ପରେ…

କେନ୍ଦୁଝର,୧୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭୂୟାଁ ଜୁଆଙ୍ଗପିଢ଼ ରେଞ୍ଜ ତଳରଢ଼ୁଆଁ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଉକ୍ତ ଅଞ୍ଚଳରେ…

Fifa World Cup Trophyରେ କେତେ ସୁନା ରହିଛି? ଓଜନ ଶୁଣିଲେ….

ନୂଆଦିଲ୍ଲୀ,୧୯।୭: ୨୦୨୬ ଫିଫା ବିଶ୍ୱକପର ଫାଇନାଲ ମ୍ୟାଚ୍ ରବିବାର ନ୍ୟୁୟର୍କର ନ୍ୟୁ ଜର୍ସି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ବିଳମ୍ବିତ ରାତି ୧୨ଟା୩୦ ମିନିଟରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri