ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ କରିଥିଲା। ପରେ ଘଟଣାର ପର୍ଦ୍ଦାଫାଶ କରିବା ସହ ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ରବିବାର ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ସୁକ୍‌ମା ଜିଲା ପାଣ୍ଡୁମ ଗ୍ରାମର ଉମେଶ ନାଗ । ଏ ନେଇ ନଂ୨୧/୨୫ରେ ମାମଲା ରୁଜୁ କରାଯାଇଥିଲା।
ମାଲକାନଗିରି ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଆୟାଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବିନୋଦ ପାଟିଲ ଦେଇଥିବା ସୂଚନା ଅନୁଯାୟୀ, ଛତିଶଗଡ ଅଞ୍ଚଳର ଜଣେ ଯୁବତୀ ଓ ସୁକ୍‌ମା ଜିଲା ପାଣ୍ଡୁମ ଗ୍ରାମର ଉମେଶ ନାଗଙ୍କ ମଧ୍ୟରେ ଗତ ଏକବର୍ଷ ଧରି ପ୍ରେମ ସମ୍ପର୍କ ରହିଥିଲା। ଦୁହିଁଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ମଧ୍ୟ ଥିଲା। ଫଳରେ ଯୁବତୀ ଜଣକ ଗର୍ଭବତୀ ହୋଇଥିଲେ। ଯୁବତୀ ଏବଂ ଉମେଶ ୨୦ା୩ା୨୫ରେ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସି ଯୁବତୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଗର୍ଭବତୀ ଥିବା ଜଣାପଡିବା ପରେ ଗର୍ଭପାତ ପାଇଁ ଡାକ୍ତରଙ୍କୁ ଅନୁରୋଧ କରିଥିଲେ। ଗର୍ଭପାତ କରିବେ ନାହିଁ ବୋଲି ଡାକ୍ତର ମନା କରିଥିଲେ। ଫଳରେ ଉମେଶ ଉପାୟ ନ ପାଇ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଯୁବତୀଙ୍କୁ ହତ୍ୟା କରିଥିଲେ। ଗତ ୧୨ ତାରିଖରେ ଗଳିତ ମୃତଦେହ ମିଳିଲା ପରେ ପୋଲିସ ଏହାର ତଦନ୍ତ କରିବା ସହ ପଡୋଶୀ ଛତିଶଗଡ ସୁକ୍‌ମା ପୋଲିସ ସହ ଯୋଗାଯୋଗ କରି ଯୁବତୀଙ୍କ ଠିକଣା ଜାଣି ତାଙ୍କ ଘରକୁ ଯାଇ ପିନ୍ଧିଥିବା ବସ୍ତ୍ର ଓ ଅନ୍ୟାନ୍ୟ ଜିନିଷ ଦେଖାଇଥିଲା। ଯୁବତୀଙ୍କ ପରିବାର ଲୋକେ ସମସ୍ତ ଜିନିଷ ଚିହ୍ନଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri