ବସଷ୍ଟାଣ୍ଡରେ ପ୍ରେମିକାଙ୍କୁ ଛାଡି ପ୍ରେମିକ ଫେରାର

ଅମରପାଲି,୧୫ା୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବସଷ୍ଟାଣ୍ଡରେ ଜଣେ ଯୁବକ ପ୍ରେମିକାଙ୍କୁ ଛାଡି ଫେରାର ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବତୀ ଜଣକ ଗର୍ଭବତୀ ଥିବା ବେଳେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।

ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବଡଖମାର ଗାଁର ଜଣେ ଯୁବକ ଆନ୍ଧ୍ରପ୍ରଦେଶର ଏକ ଚିଙ୍ଗୁଡି ଫ୍ୟାକ୍ଟ୍ରିରେ କାମ କରୁଥିଲେ । ସେଠାରେ ଝାରସୁଗୁଡା ଜିଲାର ଜଣେ ୨୬ ବର୍ଷୀୟ ଯୁବତୀଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢି ଉଠିଥିଲା । ଉଭୟେ ବିବାହ କରି ନ ଥିଲେ ମଧ୍ୟ ସ୍ବାମୀ ସ୍ତ୍ରୀ ଭଳି ଏକାଠି ରହୁଥିଲେ ।

ପରେ ପ୍ରେମିକ ଜଣକ ନିଜ ପ୍ରେମିକାଙ୍କୁ ଧରି ବଡଖମାରସ୍ଥିତ ନିଜ ଘରକୁ ଆସିଥିଲେ। ହେଲେ କିଛି ଦିନ ହେଲା ଉଭୟଙ୍କ ମଧ୍ୟରେ କୌଣସି କାରଣକୁ ଝଗଡା ଲାଗୁଥିଲା । ଏପରିକି ପ୍ରେମିକାଙ୍କୁ ଜୀବନରେ ମାରି ଦେବାକୁ ସମ୍ପୃକ୍ତ ଯୁବକ ଜଣକ ଧମକ ଦେଇ ଆସୁଥିଲେ।

ହେଲେ ଶୁକ୍ରବାର ଯୁବକ ଜଣକ ବୁଲିଯିବାକୁ କହି ଯୁବତୀଙ୍କୁ ଘରୁ ଡାକି ନେଇ ବୀରମହାରାଜପୁର ବସଷ୍ଟାଣ୍ଡରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଯୁବକ ଜଣକ ପ୍ରେମିକାଙ୍କୁ ଛାଡି କେଉଁଆଡେ ଫେରାର ହୋଇଯାଇଥିଲେ। ଖବର ପାଇ ସୁବଳୟା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରି ଥାନାରେ ରଖିଛି। ଏପରିକି ପୋଲିସ ଉଭୟ ପକ୍ଷଙ୍କୁ ଡାକି ଆପୋଷ ବୁଝାମଣା ପାଇଁ ପୋଲିସ ଉଦ୍ୟମ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri