ପ୍ରେମିକାଙ୍କ ଘର ଆଗରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲେ ପ୍ରେମିକ

ନୟାଗଡ଼,୧୮।୩(ଲୋକନାଥ ମିଶ୍ର): ପ୍ରେମରେ ହୋଇଥିଲେ ବିଫଳ। ପ୍ରେମିକାଙ୍କ ଦୁଇ ଭଉଣୀ ଗାଳି ଗୁଳଜ କରି ମରିଯିବାକୁ କହିବାରୁ ପ୍ରେମିକ ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଫଳରେ ପ୍ରେମିକଙ୍କ ଶରୀରର ୮୦ ପ୍ରତିଶତ ପୋଡି ଯାଇଛି। ଏହିଭଳି ଏକ ଦୁଖଃଦ ଘଟଣା ସାମ୍‌ନାକୁ ଆସିଛି ନୟାଗଡ଼ ଜିଲା ଇଟାମାଟି ଥାନା ଲାଠିପଡା ତଳସାହିରୁ।

ମିଳିଥିବା ସୂଚନା ମୁତାବକ, କଟକ ଜିଲା କିଶୋରନଗର ଥାନା ଯାଞ୍ଚପଡା ଗାଁର ଲିଟୁଆ ଦାସ ୪ ବର୍ଷ ହେଲା ଲାଠିପଡା ତଳସାହିର ଜଣେ ଯୁବତୀକୁ ଭଲ ପାଉଥିଲେ। ମଙ୍ଗଳବାର ଲିଟୁଆ ଲାଠିପଡା ତଳସାହିସ୍ଥିତ ପ୍ରେମିକାଙ୍କ ଘରକୁ ଆସିଥିଲେ। ସେତିକିବେଳେ ପ୍ରେମିକାଙ୍କ ୨ ଭଉଣୀ ଲିଟୁଆଙ୍କୁ ଗାଳି ଗୁଳଜ କରିବା ସହ ମରିଯିବାକୁ କହିଥିଲେ।

ଲିଟୁଆ ଦୁଇ ଭଉଣୀଙ୍କ କଥା ଶୁଣି ସମ୍ପୂର୍ଣ୍ଣ ଭାଙ୍ଗି ପଡିଥିଲେ। ପରବର୍ତ୍ତୀ ସମୟରେ ସେ ପ୍ରେମିକାଙ୍କ ଘର ଆଗରେ ଶରୀରରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଏକ ଆମ୍ବୁଲାନ୍ସ ଯୋଗେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଲିଟୁଆଙ୍କ ଅବସ୍ଥା ଗୁରୁତର ରହିଛି। ଅନ୍ୟପକ୍ଷେ ଏହି ଘଟଣା ଜିଲାରେ ଆଲୋଡନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ...

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାହାଡାଗୁଡ଼ା ଗ୍ରାମ ବୁଲାଣି ରାସ୍ତାକଡରୁ ମଙ୍ଗଳବାର ସକାଳେ ପାଟପୁର ପୋଲିସ ଜଣେ ଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri