ପ୍ରେମିକାଙ୍କୁ ଛୁରିଭୁସି ବନ୍ଧାହେଲେ ପ୍ରେମିକ

ବ୍ରହ୍ମପୁର,୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଏବେ କଥା କଥାକେ ହତ୍ୟା ଓ ମରଣାନ୍ତକ ଘଟଣା ଘଟୁଛି। ଗୋପାଳପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିଲେ। ଏହାର ୨୪ ଘଣ୍ଟା ନ ପୂରୁଣୁ ଶୁକ୍ରବାର ନିମଖଣ୍ଡି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ତାଙ୍କ ପ୍ରେମିକ ଛୁରି ଭୁସିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଯୁବତୀ ଜଣକ ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ପୋଲିସ ଆକ୍ରମଣକାରୀ ପ୍ରେମିକଙ୍କୁ ଗିରଫ କରିଛି। ସେ ହେଲେ ଟାଉନ୍‌ ଥାନା ଅନ୍ତର୍ଗତ ବିଜିପୁରର କିରଣ ବେହେରା (୨୫)। ତାଙ୍କ ନିକଟରୁ ଛୁରି ଜବତ କରାଯାଇଛି।

ପ୍ରକାଶ ଯେ, ଦିଗପହଣ୍ଡି ଅଞ୍ଚଳର ଯୁବତୀଙ୍କ ପରିବାର କିଛିବର୍ଷ ହେଲା ବ୍ରହ୍ମପୁରରେ ଘରଭଡ଼ା ନେଇ ରହୁଛନ୍ତି। ଯୁବତୀଙ୍କୁ ଗତ ଦୁଇବର୍ଷ ହେଲା କିରଣ ଭଲ ପାଉଥିଲେ। ଉଭୟେ ଫୋନ୍‌ରେ କଥାବାର୍ତ୍ତା ହେଉଥିଲେ। କିଛିଦିନ ତଳେ ଯୁବତୀଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା। ତେଣୁ ସେ କିରଣଙ୍କଠାରୁ ଦୂରେଇ ରହିବାକୁ ଚାହୁଁଥିଲେ। ଅନ୍ୟପଟେ ପରିବାରର ଆର୍ଥିକ ସ୍ଥିତି ଭଲ ନ ଥିବାରୁ ମା’ଝିଅ ଘର ନିକଟରେ ଏକ ଜଳଖିଆ ଦୋକାନ କରିଥିଲେ।

ଗୁରୁବାର ରାତିରେ କିରଣ ଯୁବତୀଙ୍କୁ ଫୋନ କରିଥିଲେ। ହେଲେ ସେ ତାଙ୍କୁ ତାଗିଦ କରି ଆଉ ଫୋନ ନ କରିବାକୁ କହିଥିଲେ। ଫୋନ୍‌ କଲେ ଥାନାରେ ଅଭିଯୋଗ କରିବେ ବୋଲି କହିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ କିରଣ ଶୁକ୍ରବାର ସକାଳ ପ୍ରାୟ ୮ଟାରେ ଦୋକାନରୁ ଘରକୁ ଆସିଥିବା ଯୁବତୀଙ୍କୁ ବାରମ୍ବାର ଛୁରି ଭୁସି ଚାଲିଥିଲେ। ଫଳରେ ଯୁବତୀ ଗୁରୁତର ହୋଇ ତଳେ ପଡ଼ିଯାଇଥିଲେ। ପଡ଼ୋଶୀଙ୍କଠାରୁ ଖବରପାଇ ମା’ ଦୋକାନରୁ ଘରକୁ ଆସି ଝିଅକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ପୋଲିସ ଅଭିଯୁକ୍ତ କିରଣଙ୍କୁ ଗିରଫ କରିବା ସହ ଘଟଣାର ଅଧିକ ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri